Posted inଖେଳ

ଲାମିଚାନେଙ୍କୁ ୮ ବର୍ଷ ଜେଲ

କାଠମାଣ୍ଡୁ,୧୧ା୧(ପି.ଟି): ନେପାଳ ସ୍ପିନର ସନ୍ଦୀପ ଲାମିଚାନେଙ୍କୁ ବୁଧବାର କାଠମାଣ୍ଡୁର ଏକ କୋର୍ଟ ୮ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ପୂର୍ବରୁ ଏକ ବଳାତ୍କାର ମାମଲାରେ ଲାମିଚାନେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଜଣେ ୧୮ ବର୍ଷୀୟା ମହିଳାଙ୍କୁ ଲାମିଚାନେ ବଳାତ୍କାର କରିଥିଲେ। ସିଙ୍ଗଲ ଜଜ୍‌ ଖଣ୍ଡପୀଠ ମାମଲାର ରାୟ ଶୁଣାଇବା ସହ ୨୩ ବର୍ଷୀୟ ଲାମିଚାନେଙ୍କୁ ୩ ଲକ୍ଷ ଟଙ୍କାର ଫାଇନ୍‌ ଓ ପୀଡ଼ିତାଙ୍କୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଉଚ୍ଚ ନ୍ୟାୟାଳୟରେ ମାମଲାର ପୁନଃ ଆବେଦନ କରିବା ନେଇ ଲାମିଚାନେଙ୍କ ଓକିଲ ସରୋଜ ଘିମିରେ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୨୦୨୩ରେ ପ୍ରଥମ ଲାମିଚାନେଙ୍କ ନାମରେ ଏକ ଆରେଷ୍ଟ ଓ୍ବାରେଣ୍ଟ ଜାରି ହୋଇଥିଲା। ସେ ସମୟରେ ନେପାଳର ଅଧିନାୟକ ରହିଥିବା ବେଳେ ତାଙ୍କୁ ଅଧିନାୟକ ପଦରୁ ସସ୍‌ପେଣ୍ଡ କରିଥିଲା କ୍ରିକେଟ ଆସୋସିଏଶନ୍‌ ଅଫ୍‌ ନେପାଳ। ସେ କାରିବିଆନ୍‌ ପ୍ରିମିୟର୍‌ ଲିଗ୍‌ରେ ଜାମାଇକା ତଲାଓ୍ବାସ ପକ୍ଷରୁ ଖେଳୁଥିବା ବେଳେ ଫ୍ରାଞ୍ଚାଇଜ ତାଙ୍କୁ ତୁରନ୍ତ ରିଲିଜ୍‌ କରିଥିଲା। ସେ ନେପାଳ ଫେରିବା ପରେ ତାଙ୍କୁ ତୁରନ୍ତ ଗିରଫ କରାଯାଇଥିଲା।
ଏକ ପେସବୁକ୍‌ ପୋଷ୍ଟ ଜରିଆରେ ନିଜକୁ ନିର୍ଦ୍ଦୋଷ ବୋଲି ଦାବି କରିବା ସହ ସମସ୍ତ ପ୍ରକାର ତଦନ୍ତରେ ସହଯୋଗ କରିବେ ବୋଲି ମଧ୍ୟ ସେ ଲେଖିଥିଲେ। ଏହାପରେ ନେପାଳ ପାଇଁ ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟରେ ମଧ୍ୟ ଖେଳିଥିଲେ। ସେ ନେପାଳ ପାଇଁ ୧୦୦ ଦିନିକିଆ ମ୍ୟାଚ୍‌ ଖେଳି ୧୦୦ ଉଇକେଟ ନେଇଛନ୍ତି। ଏହା ବାଦ୍‌ ସେ ଆଇପିଏଲ୍‌ରେ ଦିଲ୍ଲୀ ଡେୟାର ଡେଭିଲ୍ସ ପାଇଁ ଦୁଇଟି ସିଜନ ଖେଳିଛନ୍ତି। ୨୦୧୮-୨୦ ମଧ୍ୟରେ ସେ ୧୩ ଉଇକେଟ ଅକ୍ତିଆର କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା।...

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri