ଭିଜିଲାନ୍ସ ପଞ୍ଝାରେ ଲ୍ୟାମ୍ପ୍‌ସ ଏମ୍‌ଡି

କୋରାପୁଟ/ନାରାୟଣପାଟଣା,୧୭ା୮(ସ୍ବ.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ଆଲମଣ୍ଡା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଆର୍‌ ରାମକୃଷ୍ଣ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ଚାଷୀଙ୍କଠାରୁ ୩୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ କାବୁ କରିଛି। ଏଥିସହ ତାଙ୍କ ନିକଟରୁ ରଙ୍ଗ ବୋଳା ୩୫ହଜାର ଟଙ୍କା ଜବତ ହୋଇଛି।
ସୂଚନାନୁସାରେ, ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ରାମକୃଷ୍ଣ ନୀଲାବାଡି ଗ୍ରାମର ଜଣେ ଚାଷୀଙ୍କଠାରୁ ଗତ ମଣ୍ଡିରେ ଧାନ ବିକ୍ରି ବାବଦକୁ ୩୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ନଚେତ ଆଗମୀ ମଣ୍ଡିରେ ନାମ ପଞ୍ଜୀକରଣ ନ କରିବା ପାଇଁ ଧମକ ଦେଇ ଆସୁଥିଲେ। ତେବେ ଚାଷୀ ଏହାକୁ ବିରୋଧ କରିବା ସହ ଏତେ ଟଙ୍କା ଦେଇ ପାରିବେ ନାହିଁ ବୋଲି କହିଥିଲେ। କିନ୍ତୁ ରାମକୃଷ୍ଣ ଟଙ୍କା ନ ଦେଲେ ଆଗାମୀ ମଣ୍ଡିରେ ନାମ ପଞ୍ଜୀକରଣ କରିବେ ନାହିଁ ବୋଲି ରୋକ୍‌ଠୋକ୍‌ ମନା କରିଦେଇଥିଲେ। ଶେଷରେ ବାଧ୍ୟ ହୋଇ ଚାଷୀ ଜଣଙ୍କ ଭିଜିଲାନ୍ସ ଦ୍ବାରସ୍ଥ ହୋଇଥିଲେ। ଏହାପରେ ଭିଜିଲାନ୍ସ ବିଭାଗର ପୂର୍ବ ଯୋଜନା ମୁତାବକ ଚାଷୀ ଜଣଙ୍କ ବୁଧବାର ପୂର୍ବାହ୍ନରେ ଆଲମଣ୍ଡା ଲ୍ୟାମ୍ପ୍‌ସ କାର୍ଯ୍ୟାଳୟକୁ ଯାଇ ଆଗାମୀ ମଣ୍ଡିରେ ନାମ ପଞ୍ଜୀକରଣ ବାବଦକୁ ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଆର୍‌ ରାମକୃଷ୍ଣଙ୍କୁ ୩୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ସେଠାରେ ପୂର୍ବରୁ ଲୁଚି ରହିଥିବା ଭିଜିଲାନ୍ସ ଟିମ୍‌ ରାମକୃଷ୍ଣଙ୍କୁ କାବୁ କରିଥିଲା। ଏଥିସହିତ ଭିଜିଲାନ୍ସ ବିଭାଗର ଏକ ଟିମ୍‌ ଆଲମଣ୍ଡାସ୍ଥିତ ତାଙ୍କ ଘରେ ଛାନ୍‌ଭିନ୍‌ ଚାଲିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri