ଧାନକିଣା ବନ୍ଦ କଲେ ଲ୍ୟାମ୍ପ୍‌ସ କର୍ମଚାରୀ

ଚମ୍ପୁଆ,୨୮।୧(ଡି.ଏନ.ଏ) ଉପଯୁକ୍ତ ମାସ ଦିଆ ନ ଯିବାରୁ ଧାନ କିଣା ସମୟରେ ହଇରାଣ ହେଉଥିବା ଅଭିଯୋଗରେ ଚମ୍ପୁଆ ଲ୍ୟାମ୍ପସର ସମସ୍ତ କର୍ମଚାରୀ ଧାନକିଣା ବନ୍ଦ କରିଛନ୍ତି। ଏ ନେଇ ସହକାରୀ ନିବନ୍ଧକ ସମବାୟସମିତି ସମୁହ, ପ୍ରଶାସକ, ଚମ୍ପୁଆ ଲ୍ୟାମ୍ପ ସମେତ ସହକାରୀ ବେସାମରିକ ଯୋଗାଣ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି।
ଅନୁଯାୟୀ, ଧାନକ୍ରୟ ପାଇଁ ଦିଆଯାଉଥିବା ଟୋକନ ଅନୁପାତରେ ଟାର୍ଗଟେ ଦିଆଯାଉ ନ ଥିବା, ଟୋକନ ପାଇଥିବା ତଥା ଟୋକନ ତାରିଖରେ ଚାଷୀମାନେ ଧାନକିଣା କେନ୍ଦ୍ରକୁ ଧାନଆଣି ହୀନସ୍ତା ହେଉଥିବା ସହିତ ଧାନ ରଖିବା ପାଇଁ ଆବଶ୍ୟକ ସ୍ଥାନର ଅଭାବ ଦେଖାଦେଉଛି। ଏପରିକି ୫୩ ଚାଷୀଙ୍କ ଧାନକିଣା ବାବଦକୁ ୩୦୦୦ କୁଇଣ୍ଟାଲର ଟୋକନ ଅବଧି ରହିଥିବା ବେଳେ ୧୦୦୦ କୁଇଣ୍ଟାଲ ଟାର୍ଗେଟ ଦିଆଯାଉଛି। ଗତ ୨୫ ତାରିଖରେ ୭୩ ଜଣ ଟୋକନଧାରୀଙ୍କୁ ୨୯୪୩ କୁଇଣ୍ଟାଲ ଧାନ କ୍ରୟ ପାଇଁ ଟୋକନ ଦିଆଯାଇଥିବା ବେଳେ ମାତ୍ର ୯୦୦ କୁଇଣ୍ଟାଲ ପାଇଁ ଟାର୍ଗଟ ଆସିଥିଲା। ଫଳରେ ଧାନକ୍ରୟ କେନ୍ଦ୍ର ଗୁଡିକରେ ଚାଷୀ ଓ ଲ୍ୟାମ୍ପ କର୍ମଚାରୀଙ୍କ ମଧ୍ୟରେ ମୁହଁାମୁହଁି ପରିସ୍ଥିତି ଦେଖିବାକୁ ମିଳିଥିବା ବେଳେ ଧାନ ନ କିଣିଲେ ଛାଡିବୁ ନହଁି ବୋଲି ଚାଷୀ ଅଡି ବସିବାରୁ ବାଧ୍ୟହୋଇ ରାତିପର୍ଯ୍ୟନ୍ତ ଧାନ କିଣିବାକୁ ପଡିଥିଲା। ଫଳରେ ୨୭ ତାରିଖ ଗୁରୁବାର ଠାରୁ ଧାନ କିଣା ବନ୍ଦ ରଖାଯାଇଛି ବୋଲି ବ୍ରାଞ୍ଚ ମ୍ୟାନେଜର ଯୋଗେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?