କୋକସରା,୨୧ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଆମପାଣିଠାରୁ ଧର୍ମଗଡ଼ ଦେଇ ନିର୍ମାଣାଧୀନ ବିଜୁ ଏକ୍ସପ୍ରେସ ଓ୍ବେ ପାଇଁ ଭୁର୍ଷାଗୁଡ଼ା ଗ୍ରାମର ବନମାଳୀ ମାଝି, ପରୀକ୍ଷିତ ମାଝି, ରିକ ମାଝି, ଔରତ ମାଝି, ସୋମନାଥ ମାଝି, ପୁରୁଷୋତ୍ତମ ମାଝି, ନୀଳକଣ୍ଠ ମାଝି ପରିବାର ପ୍ରାୟ ୧୧ ଏକର ଜମି ହରାଇଥିବା ବେଳେ ଆଜିକୁ ୬ ବର୍ଷ ପରେ ମଧ୍ୟ ଜମି ଅଧିଗ୍ରହଣ ପରେ କ୍ଷତିପୂରଣ ମିଳି ନ ଥବାରୁ ଶନିବାର ରାସ୍ତା ଅବରୋଧ କରିଛନ୍ତି। ଭୁର୍ଷାଗୁଡ଼ା ନିକଟରେ ଅପରାହ୍ନରେ ୩ ଘଣ୍ଟାରୁ ଅଧିକ ସମୟ ଧରି ଜମିହରାମାନେ ରାସ୍ତାରେ କଣ୍ଟା ଓ ଗଛ ପକାଇ ରାସ୍ତା ଅବରୋଧ କରିଥିଲେ। ଫଳରେ ଏହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ଘଟଣାସ୍ଥଳରେ ଆମପାଣି ଓ କୋକସରା ପୋଲିସ ପହଞ୍ଚି ଆନ୍ଦୋଳନରେ ବସିଥିବା ପରିବାର ସହ ଆଲୋଚନା ଜାରି ରଖିଥିଲେ। ତେବେ ସେମାନେ କୌଣସି ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ରାସ୍ତାରୁ ହଟିବୁ ନାହିଁ ବୋଲି ଜିଦ୍ କରିଥିଲେ। ପୋଲିସ ବୁଝଶୁଝା କଲା ପରେ ରାସ୍ତା ଅବରୋଧରୁ ଉଠିଥିବା ନେଇ କୋକସରା ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି। ଅନ୍ୟପଟେ ପୂର୍ତ୍ତ ବିଭାଗର କନିଷ୍ଠ ଯନ୍ତ୍ରୀ ନବକିଶୋର ବେହେରାଙ୍କୁ ପଚାରିବାରୁ ଅଧିଗ୍ରହଣ ହୋଇଥିବା ଜମି ଦଖଲ ଉପରେ ତହସିଲରୁ କୌଣସି ରିପୋର୍ଟ ଆସିନାହିଁ। ଏଣୁ କ୍ଷତିପୂରଣ ମିଳିନାହିଁ ବୋଲି କହିଛନ୍ତି।
୬ ବର୍ଷ ପରେ ବି ମିଳୁନି ଜମି ଅଧିଗ୍ରହଣ କ୍ଷତିପୂରଣ: ରାସ୍ତା ଅବରୋଧ କଲେ ଜମିହରା
Posted inଆମ ଜିଲା ଖବର, କଳାହାଣ୍ଡି View All
ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ
ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…
ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…
ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…
ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…
କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…
ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ
ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…
ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ
ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…
୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍ରେ ରାଜନୈତିକ ଉଷ୍ମତା
ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

