କାର୍ଯ୍ୟାଳୟ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ବେଳେ ଉତ୍ତେଜନା: ସରକାରୀ ଜମି ଛାଡ଼ିବାକୁ ଗ୍ରାମବାସୀଙ୍କୁ ୪ ଦିନ ସମୟ

ଦେବଗଡ଼,୨୫ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ କାର୍ଯ୍ୟାଳୟ ନିର୍ମାଣ ନିମନ୍ତେ ବାରକୋଟ ବ୍ଲକ ବିଜୟନଗର ପଞ୍ଚାୟତର ଅଁଳାପୋଶି (ଘୁରୁଡୁଖମଣ ରାଜସ୍ବ ଗ୍ରାମ ଅଧିନସ୍ଥ ପଡ଼ା ଗ୍ରାମ)ରେ ସରକାରଙ୍କ ପକ୍ଷରୁ ଜମି ଅଧିଗ୍ରହଣ ସମୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଁଳାପଶି ଗ୍ରାମର ବହୁ ପୁରୁଷ ଏବଂ ମହିଳା ପିଲାଛୁଆ ଧରି ଏହାର ବିରୋଧ କରିବା ସହ ଜେସିବି ମେଶିନ ସମ୍ମୁଖରେ ବସି ରହିବାରୁ ସେଠାରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ ସେଠାରେ ପୋଲିସକୁ ୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରିବାକୁ ପଡ଼ିଥିଲା। ତେବେ ଦେବଗଡ଼ ଥାନା ଅଧିକାରୀ ଶବ୍ୟସାଚୀ ଶତପଥୀ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ବାରକୋଟ ତହସିଲର ଅତିରିକ୍ତ ତହସିଲଦାର ବବୃବାହନ ଦତ୍ତ,ବିଜୟନଗର ପଞ୍ଚାୟତର ସରପଞ୍ଚ ଦୀପକ ନାୟକ, ପୂର୍ବତନ ସରପଞ୍ଚ ଦେବାନନ୍ଦ ନାୟକ ଓ ସାମାଜିକ କର୍ମୀ ହୀରାଧର ସାହୁଙ୍କ ଉପସ୍ଥିତିରେ ଆନ୍ଦୋଳନକାରୀଙ୍କୁ ବୁଝାଇବା ସହ ଅକ୍ତିଆରରେ ରଖିଥିବା ସରକାରୀ ଜମିକୁ ଦଖଲମୁକ୍ତ ପାଇଁ ଛାଡ଼ି ଦେବାକୁ ୪ ଦିନର ଅବଧି ପ୍ରଦାନ କରିଥିଲେ। ଫଳରେ ପରିସ୍ଥିତି ଶାନ୍ତ ପଡ଼ିବା ସହ ଗ୍ରାମବାସୀ ଏବଂ ପୋଲିସ କର୍ମଚାରୀ ନିଜ ନିଜ ବାଟରେ ଫେରିଯାଇଥିଲେ।ଅନ୍ୟପକ୍ଷରେ ଗ୍ରାମବାସୀ ପ୍ରଶାସନର ନିଷ୍ପତ୍ତି ବିରୋଧରେ ସୋମବାର ପୁଣିଥରେ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠର ଦ୍ୱାରସ୍ଥ ହେବେ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ, ଅଁଳାପୋଶି ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ କଡ଼ରେ ସରକାରୀ କାର୍ଯ୍ୟାଳୟ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଇତି ମଧ୍ୟରେ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଯାଇଛ। ମାତ୍ର ଦୀର୍ଘ ୬୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ଉକ୍ତ ଗ୍ରାମର ଜଙ୍ଗଲ ଏବଂ ସରକାରୀ ଜମି ଉପରେ ନିର୍ଭର କରି ଚଳୁଥିବା ଦର୍ଶାଇ ସେଠାରେ କୌଣସି କାର୍ଯ୍ୟାଳୟ ନିର୍ମାଣ ପାଇଁ ଜମି ଛାଡ଼ିବେ ନାହିଁ ବୋଲି ଅଁଳାପୋଶି ଗ୍ରାମବାସୀ ଜିଲା ପ୍ରଶାସନକୁ ପୂର୍ବରୁ ଲିଖିତ ଚେତାବନୀ ଦେଇଥିଲେ। ସେହିପରି ଗତ ବୁଧବାର ସେମାନେ ବାରକୋଟ ତହସିଲଦାରଙ୍କ କାର୍ଯ୍ୟାଳକୁ ଆସି ତହସିଲଦାରଙ୍କୁ ସାକ୍ଷାତ କରିବା ସହ ବିକଳ୍ପ ବ୍ୟବସ୍ଥା ନ କରିବା ପର୍ଯ୍ୟନ୍ତ ସେମାନେ ଚାଷ କରୁଥିବା ଜମିକୁ ସରକାରୀ କାର୍ଯ୍ୟାଳୟ ନିର୍ମାଣ ପାଇଁ ଛାଡ଼ିବେ ନାହିଁ ବୋଲି ଲିଖିତ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri