କାର୍ଯ୍ୟାଳୟ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ବେଳେ ଉତ୍ତେଜନା: ସରକାରୀ ଜମି ଛାଡ଼ିବାକୁ ଗ୍ରାମବାସୀଙ୍କୁ ୪ ଦିନ ସମୟ

ଦେବଗଡ଼,୨୫ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ କାର୍ଯ୍ୟାଳୟ ନିର୍ମାଣ ନିମନ୍ତେ ବାରକୋଟ ବ୍ଲକ ବିଜୟନଗର ପଞ୍ଚାୟତର ଅଁଳାପୋଶି (ଘୁରୁଡୁଖମଣ ରାଜସ୍ବ ଗ୍ରାମ ଅଧିନସ୍ଥ ପଡ଼ା ଗ୍ରାମ)ରେ ସରକାରଙ୍କ ପକ୍ଷରୁ ଜମି ଅଧିଗ୍ରହଣ ସମୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଁଳାପଶି ଗ୍ରାମର ବହୁ ପୁରୁଷ ଏବଂ ମହିଳା ପିଲାଛୁଆ ଧରି ଏହାର ବିରୋଧ କରିବା ସହ ଜେସିବି ମେଶିନ ସମ୍ମୁଖରେ ବସି ରହିବାରୁ ସେଠାରେ ଏକ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ ସେଠାରେ ପୋଲିସକୁ ୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରିବାକୁ ପଡ଼ିଥିଲା। ତେବେ ଦେବଗଡ଼ ଥାନା ଅଧିକାରୀ ଶବ୍ୟସାଚୀ ଶତପଥୀ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ବାରକୋଟ ତହସିଲର ଅତିରିକ୍ତ ତହସିଲଦାର ବବୃବାହନ ଦତ୍ତ,ବିଜୟନଗର ପଞ୍ଚାୟତର ସରପଞ୍ଚ ଦୀପକ ନାୟକ, ପୂର୍ବତନ ସରପଞ୍ଚ ଦେବାନନ୍ଦ ନାୟକ ଓ ସାମାଜିକ କର୍ମୀ ହୀରାଧର ସାହୁଙ୍କ ଉପସ୍ଥିତିରେ ଆନ୍ଦୋଳନକାରୀଙ୍କୁ ବୁଝାଇବା ସହ ଅକ୍ତିଆରରେ ରଖିଥିବା ସରକାରୀ ଜମିକୁ ଦଖଲମୁକ୍ତ ପାଇଁ ଛାଡ଼ି ଦେବାକୁ ୪ ଦିନର ଅବଧି ପ୍ରଦାନ କରିଥିଲେ। ଫଳରେ ପରିସ୍ଥିତି ଶାନ୍ତ ପଡ଼ିବା ସହ ଗ୍ରାମବାସୀ ଏବଂ ପୋଲିସ କର୍ମଚାରୀ ନିଜ ନିଜ ବାଟରେ ଫେରିଯାଇଥିଲେ।ଅନ୍ୟପକ୍ଷରେ ଗ୍ରାମବାସୀ ପ୍ରଶାସନର ନିଷ୍ପତ୍ତି ବିରୋଧରେ ସୋମବାର ପୁଣିଥରେ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠର ଦ୍ୱାରସ୍ଥ ହେବେ ବୋଲି ଜଣାପଡ଼ିଛି ।

ସୂଚନାଯୋଗ୍ୟ, ଅଁଳାପୋଶି ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ କଡ଼ରେ ସରକାରୀ କାର୍ଯ୍ୟାଳୟ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଇତି ମଧ୍ୟରେ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଯାଇଛ। ମାତ୍ର ଦୀର୍ଘ ୬୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ଉକ୍ତ ଗ୍ରାମର ଜଙ୍ଗଲ ଏବଂ ସରକାରୀ ଜମି ଉପରେ ନିର୍ଭର କରି ଚଳୁଥିବା ଦର୍ଶାଇ ସେଠାରେ କୌଣସି କାର୍ଯ୍ୟାଳୟ ନିର୍ମାଣ ପାଇଁ ଜମି ଛାଡ଼ିବେ ନାହିଁ ବୋଲି ଅଁଳାପୋଶି ଗ୍ରାମବାସୀ ଜିଲା ପ୍ରଶାସନକୁ ପୂର୍ବରୁ ଲିଖିତ ଚେତାବନୀ ଦେଇଥିଲେ। ସେହିପରି ଗତ ବୁଧବାର ସେମାନେ ବାରକୋଟ ତହସିଲଦାରଙ୍କ କାର୍ଯ୍ୟାଳକୁ ଆସି ତହସିଲଦାରଙ୍କୁ ସାକ୍ଷାତ କରିବା ସହ ବିକଳ୍ପ ବ୍ୟବସ୍ଥା ନ କରିବା ପର୍ଯ୍ୟନ୍ତ ସେମାନେ ଚାଷ କରୁଥିବା ଜମିକୁ ସରକାରୀ କାର୍ଯ୍ୟାଳୟ ନିର୍ମାଣ ପାଇଁ ଛାଡ଼ିବେ ନାହିଁ ବୋଲି ଲିଖିତ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିଟ୍‌ମ୍ୟାନ୍‌ଙ୍କ ଟି-ଶର୍ଟକୁ ନେଇ ବଢୁଛି ଚର୍ଚ୍ଚା: କାହାକୁ ନେଇ କଲେ ଏମିତି କଟାକ୍ଷ, ଜାଣନ୍ତୁ

ନୂଆଦିଲ୍ଲୀ,୧୦।୮: ଆଜିକାଲି ସୋସିଆଲ ମିଡିଆରେ ରୋହିତ ଶର୍ମାଙ୍କ ଏକ ଟି-ଶର୍ଟ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଲୋକମାନେ ଏହାକୁ ଅଜିତ ଅଗରକରଙ୍କ ସହ ଯୋଡ଼ି ଦେଖୁଛନ୍ତି। ସୋନି…

ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍‌ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri