ନୂତନ ରେଳପଥ ପାଇଁ ଜମି ଅଧିଗ୍ରହଣ କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

କୋରାପୁଟ,୩୦ା୧(ସ୍ବ.ପ୍ର.) କୋରାପୁଟସ୍ଥିତ ଜିଲାପାଳଙ୍କ ସଭା ଗୃହରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆର୍‌ଡିସି) ଏ. ଅପାଙ୍ଗ ଆଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆର୍‌ଡିସି କୋରାପୁଟ, ନବରଙ୍ଗପୁର, ମାଲକାନାଗିରି ଜିଲାର ବିଭିନ୍ନ ରାଜସ୍ବ ମାମଲାର ସମୀକ୍ଷା କରିଛନ୍ତି। ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କୋରାପୁଟ ଜିଲାପାଳ ଅବ୍‌ଦାଲ ଏମ୍‌. ଅଖତାର, କୋରାପୁଟ ଅତିରିକ୍ତ ଜିଲାପାଳ ରାମେଶ୍ୱର ପ୍ରଧାନ, ନବରଙ୍ଗପୁର ଅତିରିକ୍ତ ଜିଲାପାଳ ଭାସ୍କର ରଇତ, ମାଲକାନଗିରି ଅତିରିକ୍ତ ଜିଲାପାଳ ବିରେସନ ପ୍ରଧାନ, ରେଲୱେର ଭୁ ଅର୍ଜନ ଅଧିକାରୀ ଅମୁଲ୍ୟ ସାହୁ, କୋରାପୁଟ ତେଲେଙ୍ଗିରିର ଭୂ-ଅର୍ଜନ ଅଧିକାରୀ ଜନ୍ମେଜୟ ସ୍ବାଇଁ , କୋରାପୁଟ ଉପଜିଲାପଳ ଲଳିତ କୁମାର କହଁର, ଜୟପୁର ଉପଜିଲାପାଳ ଦେବବର ପ୍ରଧାନଙ୍କ ସମେତ ବହୁ ରାଜସ୍ବ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ରାଜସ୍ବ ବିଭାଗର କାଯର୍‌ୟ ସବୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ଆର୍‌ଡିସି ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ବିଶେଷ କରି ଜୟପୁର-ନବରଙ୍ଗପୁର ଓ ଜୟପୁର-ମାଲକାନାଗିରି ରେଳପଥ ନିମନ୍ତେ ଜମି ନିମନ୍ତେ ରାଜସ୍ବ ବିଭାଗ ପକ୍ଷରୁ କାଯର୍‌ୟକୁ ଅଧିକ ତ୍ୱରାନ୍ବିତ କରିବା, ଭାରତମାଳା ଜାତୀୟ ରାଜପଥ ପ୍ରକଳ୍ପ ନିମନ୍ତେ ଜମି, ସରକାରୀ ଜମି ଜବରଦଖଲ, ମୁଟେସନ କେସ୍‌, ପଡାଗ୍ରାମକୁ ରାଜସ୍ବ ଗ୍ରାମ ମାନ୍ୟତା ଆଦି ବିଭିନ୍ନ ରାଜସ୍ବ କାଯର୍‌ୟକୁ ତୁରନ୍ତ ଶେଷ କରିବାକୁ ଆର୍‌ଡିସି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଗୋଟିଏ ଗଛରେ ଝୁଲିପଡ଼ିଲେ ପ୍ରେମୀଯୁଗଳ; ଭାଲେଣ୍ଟାଇନ୍‌ ଡେ’ ପୂର୍ବରୁ ଅଭାବନୀୟ ଘଟଣା

ପଟ୍ଟାଙ୍ଗି,୧୨।୨(ଶରତ କୁମାର ଧଳ): ଭାଲେଣ୍ଟାଇନ୍‌ ସପ୍ତାହ ଚାଲିଥିବା ବେଳେ ପ୍ରେମର ଏକ କରୁଣ ପରିଣତି ଦେଖିବାକୁ ମିଳିଛି। କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତରେ…

ଦ୍ୱିତୀୟ ଥର ପାଇଁ ଲଲାଟ ହେଲେ କୋରାପୁଟ ଜିଲା ବିଜେଡି ଯୁବ ସଭାପତି

କୋରାପୁଟ, ୧୨।୨(ଅମିତାଭ ବେହେରା): କୋରାପୁଟ ପୌରାଧକ୍ଷ ଲଲାଟ ରଂଜନ ସେଠିଙ୍କୁ ଦ୍ୱିତୀୟ ଥର ପାଇଁ କୋରାପୁଟ ଜିଲାର ଯୁବ ବିଜୁ ଜନତା ଦଳର ସଭାପତି ଭାବେ ଦାୟିତ୍ୱ…

ଆଞ୍ଚଳିକ ବିକାଶରେ ନୂଆ ଗତି ସୃଷ୍ଟି କରିବ ଗ୍ରୀନ୍‌ ଫିଲ୍ଡ କରିଡର, ଓଡ଼ିଶା-ଆନ୍ଧ୍ରକୁ ଯୋଡ଼ି…

କୋରାପୁଟ,୧୧ା୨(ଅମିତାଭ ବେହେରା): ରାୟପୁର-ବିଶାଖାପାଟଣା ଆର୍ଥିକ କରିଡର କେବଳ ଏକ ସଡ଼କ ପ୍ରକଳ୍ପ ନୁହେଁ ଏହା ପୂର୍ବ ଭାରତର ଆର୍ଥିକ ମାନଚିତ୍ରକୁ ପୁନଃରୂପାୟିତ କରିବା ଆଶା ରଖାଯାଇଛି। ଭାରତମାଳା…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri