ଜମି ଅଧିଗ୍ରହଣ କାର୍ଯ୍ୟ ତ୍ୱରାନ୍ବିତ ନିର୍ଦ୍ଦେଶ

ଭୁବନେଶ୍ୱର,୧୮।୧(ବ୍ୟୁରୋ):  ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ସୋମବାର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ ଅଧୀନ ୧୦ ଜିଲାର ଅତିରିକ୍ତ ଜିଲାପାଳଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଭିଡିଓ କନ୍‌ଫରେନ୍ସରେ ଅନୁଷ୍ଠିତ ଏହି ବୈଠକରେ ବିଭାଗର ବରିଷ୍ଠ ଅଧିକାରୀ, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, ଆଇଜିଆର୍‌, ଓଡ଼ିଶା ଓ ଭୂ-ସର୍ବେକ୍ଷଣ ସଂସ୍ଥାର ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାରୀ ଯୋଗଦାନ କରିଥିଲେ ା ରାଜ୍ୟରେ ବିଭିନ୍ନ ପ୍ରକାର ଉନ୍ନତିମୂଳକ ତଥା ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ନିମନ୍ତେ ଜମି ଅଧିଗ୍ରହଣ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ନିଷ୍ପତ୍ତି ହୋଇଛି।
ଜାତୀୟ ରାଜପଥ ଓ ଜଳସେଚନ ଇତ୍ୟାଦି ପାଇଁ ଜମି ହସ୍ତାନ୍ତର କାର୍ଯ୍ୟଗୁଡ଼ିକୁ ଅଗ୍ରାଧିକାର ଭିତ୍ତିରେ ସମାପନ କରିବାକୁ ଅତିରିକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ ଅନୁଯାୟୀ ସମସ୍ତ ଜନସେବାକୁ ଉଦ୍ଦିଷ୍ଟ ସମୟସୀମା ଭିତରେ ଫଇସଲା କରିବା, ବେ-ବନ୍ଦୋବସ୍ତ ଜମିଜମାଗୁଡ଼ିକର ଫଇସଲା ଓ ସମାଧାନ କରିବାକୁ ଗୁରୁତ୍ୱାରୋପ କରିଥିଲେ ା ଲଘୁ ଖଣିଜ ପଦାର୍ଥ ଉତ୍ସଗୁଡ଼ିକରୁ ନିୟମିତ ରାଜସ୍ବ ଆଦାୟ, ବେଆଇନ ଉଠାଣ ଓ ଚୋରି ରୋକିବା ସହିତ ବୈଷୟିକ ଜ୍ଞାନର ଉପଯୋଗ କରି ଲଘୁ ଖଣିଜ ଉତ୍ସଗୁଡ଼ିକର ସ୍ଥାୟୀ ପରିଚାଳନା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ା ଆସନ୍ତା ୨୫ ତାରିଖ ସୁଦ୍ଧା ଅତିରିକ୍ତ ଜିଲାପାଳମାନେ ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ ଓ ତହସିଲଦାରମାନଙ୍କ ସହ ସମୀକ୍ଷା ବୈଠକ କରି ସ୍କୁଲ ଓ କଲେଜଗୁଡିକରେ ଥିବା ଜମିଜମା ସମସ୍ୟା ସମାଧାନ କରିବେ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ମଧ୍ୟ ଜଣାଇବେ। ଏହିସବୁ କାର୍ଯ୍ୟଗୁଡ଼ିକୁ ପରିସମାପ୍ତି କରି ଆସନ୍ତା ମାର୍ଚ୍ଚ ୫ ତାରିଖ ମଧ୍ୟରେ ସେହିସବୁ ଅନୁଷ୍ଠାନକୁ ଜମିପଟ୍ଟା ହସ୍ତାନ୍ତର କରିବେ ା ରାଜସ୍ବ ଜଙ୍ଗଲ ଜମି ଚିହ୍ନଟକରି ନୂତନ ବନୀକରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ା
ବସୁନ୍ଧରା ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ଜମି ଯୋଗାଇଦେବା ପାଇଁ ଯତ୍ନବାନ ହେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ା ସେହିପରି ବିଭିନ୍ନ ରାଜସ୍ବ କାର୍ଯ୍ୟାଳୟର କୋଠାବାଡ଼ି ନିର୍ମାଣ, ନବୀକରଣ, ରକ୍ଷଣାବେକ୍ଷଣ ଓ ଉପକରଣ ତଥା ଆସବାବପତ୍ର ଯୋଗାଣ ନିମନ୍ତେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ା
କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଏବଂ ଜିଲାର ଅତିରିକ୍ତ ଜିଲାପାଳମାନେ ନିୟମିତ ସମୀକ୍ଷା ବୈଠକ ଆୟୋଜନ କରି ବିଭିନ୍ନ ସମସ୍ୟାର ସମାଧାନ କରିବେ ା ଆଗକୁ ଏହିପରି ସମୀକ୍ଷା ବୈଠକ ପ୍ରତି ମାସରେ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri