ଚିଙ୍ଗୁଡ଼ିଘେରି ପାଇଁ ଜଳ, ସ୍ଥଳ ପ୍ରଭାବିତ

କେନ୍ଦ୍ରାପଡ଼ା,୨୨ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଚିଙ୍ଗୁଡ଼ି ଘେରି ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ୨୦ ହଜାରରୁ ଊର୍ଦ୍ଧ୍ୱ ଏକରରେ ହେଉଥିବା ଚାଷ ଜଳ ଓ ସ୍ଥଳଭାଗକୁ ପ୍ରଭାବିତ କରୁଛି। ଜାତୀୟଉଦ୍ୟାନ ଭିତରକନିକା ଜୈବ ବିବିଧତାକୁ ନଷ୍ଟ କରୁଛି। ସେହିପରି ଚିଙ୍ଗୁଡ଼ି ଘେରି ପାଇଁ ନାଳ ଦ୍ୱାରା ଆସୁଥିବା ଲୁଣା ପାଣି ଉପାନ୍ତ ଅଞ୍ଚଳର ଚାଷୀଙ୍କ ଲାଗି ବିପଦ ସୃଷ୍ଟି କରିଛି। ଏହି ସମସ୍ୟାର ସମାଧାନ ପାଇଁ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ନିଜ ଆଡ଼ୁ ମାମଲା କରାଯାଇ ଏହାର ଉଚ୍ଛେଦ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ଆମିକସ୍‌କ୍ୟୁରୀ ମୋହିତ ଅଗ୍ରୱାଲଙ୍କୁ ନିଯୁକ୍ତି ଦିଆଯାଇ ନିରୀକ୍ଷଣ ପାଇଁ ଦାୟିତ୍ୱ ଦିଆଯାଇଛି। ଏହା ସତ୍ତ୍ୱେ ପ୍ରଶାସନିକ ଅବହେଳା ସମସ୍ୟାର ସମାଧାନକୁ ବିଳମ୍ବିତ କରୁଛି।
ଏ ସମ୍ପର୍କରେ ସାମାଜିକ କର୍ମୀ ଜ୍ୟୋତିରଞ୍ଜନ ପତ୍ରୀ କହିଛନ୍ତି, ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶରେ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କାର୍ଯ୍ୟ ଜିଲା ପ୍ରଶାସନ ପକ୍ଷରୁ କିଛିମାତ୍ରାରେ ତ୍ୱରାନ୍ବିତ ହୋଇଥିଲା। ତେବେ କେତେଜଣ ମାଲିକ ଘେରି ଅବୈଧ ହୋଇ ନ ଥିବା ଦର୍ଶାଇ ଉଚ୍ଚ ନ୍ୟାୟାଳୟରେ ୩ଟି ମାମଲା ଦାଖଲ କରିଥିଲେ। ୯ ଅଭିଯୋଗକାରୀ ଦର୍ଶାଇଛନ୍ତି ଯେ, ଜୀବନ ଜୀବିକା ପାଇଁ ନିଜ ଜମିରେ ଚିଙ୍ଗୁଡି ଚାଷ କରୁଛନ୍ତି। ଏଥିରେ ପ୍ରଦୂଷଣଜନିତ ସମସ୍ୟା ନାହିଁ। ଦ୍ୱିତୀୟ ଆବେଦନପତ୍ର ୧୭ ଜଣ ଆବେଦନକାରୀ ଦର୍ଶାଇଛନ୍ତି ଯେ, ଅତ୍ୟାଧୁନିକ ପ୍ରଣାଳୀରେ ନିଜ ଜମିରେ ଚିଙ୍ଗୁଡି ଚାଷ କରୁଛନ୍ତି। ସେହିପରି ତୃତୀୟ ଆବେଦନପତ୍ରରେ ଆଇନ ଅନୁଯାୟୀ ଚିଙ୍ଗୁଡି ଘେରି କରୁଥିବା ୧୭ ଜଣ ଆବେଦନକାରୀ ଚାଷୀ ଦର୍ଶାଇଛନ୍ତି। ଫଳରେ ବୈଧ ଓ ଅବୈଧ ଘେରିକୁ ନେଇ ପ୍ରଶ୍ନ ଉଠିବାରୁ ଚିହ୍ନଟ ପାଇଁ ଜିଲା ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି। ସାମାଜିକ କର୍ମୀ ବୀରେନ କୁମାର ଦାସ କହିଛନ୍ତି, କେନ୍ଦ୍ରାପଡ଼ା ଜିଲାରେ ଚିଙ୍ଗୁଡି ଘେରି ଜାତୀୟ ଉଦ୍ୟାନ ଭିତରକନିକା ଓ ଘେରି ନିକଟ ଚାଷୀଙ୍କ ପାଇଁ ବିପଦ ସାଜିଛି। ଏହା ଭିତରକନିକାର ଜୈବ ବିବିଧତାକୁ ନଷ୍ଟ କରୁଥିବା ବେଳେ ଘେରି ନିକଟ ଚାଷଜମି ଲୁଣା ପାଲଟିଛି। ଫଳରେ ଚାଷୀ ଓ ଘେରିମାଲିକଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ଉପୁଜୁଛି। ଏପରି କି ମହାକାଳପଡ଼ା, ରାଜନଗର, ରାଜକନିକା ବ୍ଲକ ଅଞ୍ଚଳରେ ଏଥିପାଇଁ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନେଇ ରାଜନଗର ବ୍ଲକ କୁରୁଣ୍ଡି ପଞ୍ଚାୟତରେ ଗୁଳିମାଡ଼ ଘଟଣା ହୋଇଥିଲା। ସେହିପରି ମହାକାଳପଡ଼ା ତହସିଲ ପେଟଛେଲା ରାଜସ୍ବ ଗ୍ରାମ ଅଞ୍ଚଳରେ ୩୯ ଏକର ଗ୍ରାମ୍ୟ ଜଙ୍ଗଲ ଓ ଗୋଚରରେ ଚିଙ୍ଗୁଡ଼ି ଘେରି ନିର୍ମାଣକୁ ନେଇ ଘେରି ମାଲିକ ଓ ଗ୍ରାମବାସୀ ମୁହଁାମୁହିଁ ହୋଇଛନ୍ତି। ରାଜକନିକା ଅଞ୍ଚଳରେ ଘେରି ପାଇଁ ନିର୍ମିତ ନାଳରେ ଲୁଣା ପାଣି ଆସୁଥିବା ନେଇ ବାଦବିବାଦ ଲାଗିଛି। ଜିଲାରେ ୨୦ ହଜାରରୁ ଅଧିକ ଏକରରେ ଚିଙ୍ଗୁଡ଼ି ଘେରି ହୋଇଛି ବୋଲି ସେ ଦର୍ଶାଇଛନ୍ତି। ପରିବେଶବିତ ହେମନ୍ତ କୁମାର ରାଉତ କହିଛନ୍ତି, ଭିତରକନିକାର ଜୈବ ବିବିଧତା ନଷ୍ଟ ହେଉଥିବା ନେଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ଚିଙ୍ଗୁଡି ଘେରି ଉଚ୍ଛେଦ ହେଉଛି। ଘେରିରୁ ଉପତ୍ନ୍ନ ପ୍ରଦୂଷିତ ଜଳ ଓ ବାୟୁ ସ୍ଥାନୀୟ ଭିତରକନିକାକୁ ନଷ୍ଟ କରୁଛି। ଏହାର ସଦ୍ୟତମ ଉଦାହରଣ ଭିତରକନିକାର ଜଗତଯୋର ଅଞ୍ଚଳରେ ଦେଖିବାକୁ ପାଇବେ। ଘେରିରୁ ଉପତ୍ନ୍ନ ବର୍ଜ୍ୟ ଜଳ ସାମୁଦ୍ରିକ ପ୍ରାଣୀଙ୍କ କ୍ଷତି କରୁଥିବା ବେଳେ ନିକଟରେ ଥିବା ହେନ୍ତାଳବଣକୁ ନଷ୍ଟ କରୁଛି। ଭିତରକନିକା ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ ହୋଇ ନ ପାରିବାର ଅନ୍ୟତମ କାରଣ ଚିଙ୍ଗୁଡ଼ି ଘେରି ହୋଇଛି। ୨୦୧୬ରେ ୟୁନେସ୍କୋ ପକ୍ଷରୁ ଆସିଥିବା ଟିମ୍‌ ଭିତରକନିକାରେ ଚିଙ୍ଗୁଡ଼ି ଘେରିକୁ ଅନୁଧ୍ୟାନ କରି କ୍ଷୋଭ ପ୍ରକାଶ କରିଛନ୍ତି। ଜିଲା ପ୍ରଶାସନ ତୁରନ୍ତ ଜଙ୍ଗଲ ଜମିରୁ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରିବାକୁ ସେ ଦାବି କରିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶକ୍ରମେ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କାର୍ଯ୍ୟ ଚାଲିଛି। କେତେକ ଚିଙ୍ଗୁଡ଼ି ଘେରି ମାଲିକ ଏହାକୁ ନେଇ ଉଚ୍ଚ ନ୍ୟାୟାଳୟରେ ମାମଲା କରିଛନ୍ତି। ମାମଲାର ଆବେଦନକାରୀଙ୍କ ଘେରି ସମ୍ପର୍କରେ ତଦନ୍ତ କରାଯାଇଛି। ଅବୈଧ ଘେରି ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri