କ୍ଷତିପୂରକ ଜଙ୍ଗଲ ପାଇଁ ଲ୍ୟାଣ୍ଡ ବ୍ୟାଙ୍କ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଶିଳ୍ପ, ରାସ୍ତାଘାଟ ନିର୍ମାଣ, ଜଳସେଚନ, ଆବାସିକ ସ୍ଥଳ ପାଇଁ ରାଜ୍ୟରେ ବହୁ ପରିମାଣରେ ବୃକ୍ଷକୁ ବଳି ଦେବାକୁ ପଡୁଛି। ଏଥିଯୋଗୁ ଜଙ୍ଗଲ କ୍ରମଶଃ ଧ୍ୱଂସହୋଇ ଯାଉଛି। ଫଳରେ ପରିବେଶ ଅସନ୍ତୁଳନ ବଢ଼ିବାରେ ଲାଗିଛି । ରାଜ୍ୟରେ କଟାଯାଉଥିବା ବୃକ୍ଷର ଭରଣା କରିବା ପାଇଁ କ୍ଷତିପୂରକ ବନୀକରଣ ସକାଶେ ରାଜ୍ୟ ସରକାର ଲ୍ୟାଣ୍ଡ ବ୍ୟାଙ୍କ ଗଠନ କରିବେ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହିତ ରାଜ୍ୟରେ ବିଭିନ୍ନ ପ୍ରକଳ୍ପ ପାଇଁ ଜଙ୍ଗଲ ଜମି ଅନ୍ୟ ଉଦ୍ଦେଶ୍ୟରେ ବ୍ୟବହାର କରିବା ନିମନ୍ତେ ଆସୁଥିବା ପ୍ରସ୍ତାବଗୁଡ଼ିକ ସକାଶେ ଏକ ସ୍ବତନ୍ତ୍ର ଅନ୍‌ଲାଇନ ସଫ୍ଟଓ୍ବେର ବିକାଶ କରିବାକୁ ନିଷ୍ପତ୍ତି ହୋଇଛି। ଏହାଦ୍ୱାରା ପରିବେଶ ମଞ୍ଜୁରୀ ପ୍ରସ୍ତାବ ଆରମ୍ଭରୁ ସାର୍ଟିଫିକେଟ ପ୍ରଦାନ ଯାଏ ଅନ୍‌ଲାଇନ ଜରିଆରେ କରାଯାଇ ପାରିବ। ରାଜ୍ୟରେ ଜଟିଳ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ବିକାଶ ପାଇଁ ଜଙ୍ଗଲ ଆଇନରେ ଥିବା ଶେଷ ବିକଳ୍ପକୁ ବ୍ୟବହାର କରିବାକୁ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗକୁ ପରାମର୍ଶ ଦେଇଛନ୍ତି।
ଜଙ୍ଗଲ ଆଇନ ବିଷୟରେ ଅପ୍‌ଡେଟ ହେବା ପାଇଁ ନିୟମିତ ବ୍ୟବଧାନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅଧିକାରୀ ଏବଂ ରାଜସ୍ବ ବିଭାଗ ଅଧିକାରୀମାନଙ୍କୁ ନେଇ ଏକ କର୍ମଶାଳା ଆୟୋଜନ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଜଙ୍ଗଲ ଅଧିକାର ଆଇନ(ଏଫ୍‌ଆରଏ) ଅଧୀନରେ ୧୩ ପ୍ରକାର ଅତ୍ୟାବଶ୍ୟକ ପ୍ରକଳ୍ପ ସ୍କୁଲ, ଡାକ୍ତରଖାନା, ସରକାରୀ ଖୁଚୁରା ଦୋକାନ, ବିଦ୍ୟୁତ୍‌ ଓ ଟେଲିଫୋନ, ପାନୀୟ ଜଳ ପ୍ରକଳ୍ପ, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, କେନାଲ, ଜଳ ଅମଳ ପ୍ରକଳ୍ପ, ସବୁଜଶକ୍ତି ପ୍ରକଳ୍ପ, ଦକ୍ଷତା ବିକାଶ ତାଲିମ କେନ୍ଦ୍ର, ରାସ୍ତା, ଗୋଷ୍ଠୀକେନ୍ଦ୍ର ଭଳି ପ୍ରକଳ୍ପ ପାଇଁ ୧ ହେକ୍ଟର ଜମିର ଆବଶ୍ୟକତା ପଡ଼ିଥାଏ। ସେଭଳି ପ୍ରକଳ୍ପକୁ ଜିଲା ବନ ଅଧିକାରୀ(ଡିଏଫ୍‌ଓ) ଅନୁମତି ଦେଇ ପାରିବେ ବୋଲି କହିଥିଲେ। ପରିବେଶ ସନ୍ତୁଳନ ପାଇଁ ଆବଶ୍ୟକ ବନୀକରଣ ସକାଶେ ଜଙ୍ଗଲ ବିଭାଗ ଅଧିକାରୀମାନେ ଉପଯୁକ୍ତ ଜମି ଚିହ୍ନଟ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବନ ସଂରକ୍ଷକ( ପିସିସିଏଫ୍‌) ଶିଶିର କୁମାର ରଥୋ କ୍ଷତିପୂରକ ବନୀକରଣ ପାଇଁ ଅବ୍ୟବହୃତ ଅନାବାଦୀ ଜମି, ପତରା ଜଙ୍ଗଲ, ଝାଡ଼ ଜଙ୍ଗଲ ଇତ୍ୟାଦିକୁ ବ୍ୟବହାର କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି।
ଏହି ବୈଠକରେ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ, ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ବିଷ୍ଣୁପଦ ସେଠୀ, ଖଣି ଓ ଇସ୍ପାତ ବିଭାଗ ସଚିବ ଦେଓ ରଞ୍ଜନ କୁମାର ସିଂ, ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ସଚିବମାନେ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri