ମୁଖ୍ୟମନ୍ତ୍ରୀଙ୍କ ନାମରେ ଜମି ଦୁର୍ନୀତି ମାମଲା

କଟକ ଅଫିସ,୧୫ା୧୧:ଭୁବନେଶ୍ୱର ଭୀମପୁର ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨ ଏକର ୧୩୩ ଡେସିମିଲ ଜମିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ଭଉଣୀ ଗୀତା ମେହେଟାଙ୍କ ନାମରେ ବେଆଇନ ଭାବେ ପଟ୍ଟାଭୁକ୍ତ କରାଯାଇଛି। ଏହି ଜମି ଦୁର୍ନୀତି ନେଇ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏୟାରପୋର୍ଟ ଥାନାରେ ଏତଲା ଦିଆଯାଇଥିଲେ ବି ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଫଳରେ ପରିଷଦ ଏନେଇ ସୋମବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ପୋଲିସକୁ ମାମଲା ରୁଜୁ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବା ନିମନ୍ତେ ଆବେଦନରେ ଅନୁରୋଧ କରାଯାଇଥିବା ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏହି ମାମଲାରେ ପ୍ରମୁଖ ଶାସନ ସଚିବ, ଗୃହ ବିଭାଗ, ଭୁବନେଶ୍ୱର ଡିସିପି ଏବଂ ଏୟାରପୋର୍ଟ ଥାନାର ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ଅଲଟୋ କାର୍ ଭିତରେ ଗଞ୍ଜେଇର ପାହାଡ଼! ଧରାପଡ଼ିଲେ ଗୌରୀଶଙ୍କର, ସହଯୋଗୀ ଫେରାର

ପୁରୁଷୋତ୍ତମପୁର,୧୬।୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗଞ୍ଜେଇ ଚାଲାଣ ବେଳେ ପୋଲିସ ଚଢ଼ଉ କରି ୯୫ କେଜି ଗଞ୍ଜେଇ ସହ ଏକ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ବଡ଼ ଖବର! ଏହି ରାଜ୍ୟରେ ଅକ୍ଟୋବର ୧ରୁ ମିଳିବନି ପେଟ୍ରୋଲ୍-ଡିଜେଲ୍

ଚଣ୍ଡିଗଡ଼,୧୬।୯: ହରିୟାଣାରେ ୧ ଅକ୍ଟୋବର ୨୦୨୬ରୁ ଯାନବାହନ ଚଳାଚଳକୁ ନେଇ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଏନ୍‌ସିଆର ଅଞ୍ଚଳରେ ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?