ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି ନିଜକୁ ଜମିମାଲିକ ଦର୍ଶାଇ ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜମିକୁ ବିକ୍ରି କରିଦେଇଛନ୍ତି। ଏହି ଘଟଣା ଏଠାରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ପ୍ରାୟ ଏକମାସ ହେଲା ଗଣମାଧ୍ୟମରେ ଏଥିନେଇ ଖବରପ୍ରକାଶ ପାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଶୁକ୍ରବାର ଏହାକୁ ନେଇ କଂଗ୍ରେସ ଦଳ ପ୍ରତିବାଦ କରି ମୁହଁ ଖୋଲିଛି। କଂଗ୍ରେସ ନେତାମାନେ ସରକାର ଓ ପ୍ରଶାସନକୁ କଡ଼ା ସମାଲୋଚନା କରିବା ସହ କାହା ଚାପରେ ପ୍ରଶାସନ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେଇ ଚୁପ୍‌ ହୋଇ ବସିରହିଛି ବୋଲି ପ୍ରଶ୍ନ କରିବା ସହ କେତେଦିନ ମଧ୍ୟରେ ପଦକ୍ଷେପ ନିଆଯିବ ବୋଲି ପ୍ରଶାସନକୁ ଜବାବ ମାଗିଛି। ଏପରିକି ଯଦି ପ୍ରଶାସନ ତୁରନ୍ତ ପଦକ୍ଷେପ ନ ନିଅନ୍ତି ତେବେ ଆଗାମୀ ଦିନରେ କଂଗ୍ରେସ ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ରୋକଠୋକ୍‌ ଭାବରେ ଚେତାବନି ଦେଇଛନ୍ତି। କଂଗେସର ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରା,ନଗର କଂଗ୍ରେସ ସଭାପତି ମନୋରଞ୍ଜନ ଦାଶଙ୍କ ସମେତ ବହୁକର୍ମୀ ସବରେଜିଷ୍ଟ୍ରାର କାର୍ଯ୍ୟାଳୟକୁ ଆସି ସେଠାରେ ଉପସ୍ଥିତ ଥିବା ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏହି ଅଭିଯୋଗକୁ ନେଇ ଅତିରିକ୍ତ ଜିଲାପାଳ କହିଛନ୍ତି ଯେ ଏହାର ଏକ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବ। ଏଥିନେଇ ନୂତନଭାବେ ଯୋଗଦେଇଥିବା ସବରେଜିଷ୍ଟ୍ରାର ପ୍ରଫୁଲ୍ଲ କୁମାର ଛୁରାଙ୍କୁ ନିର୍ଦ୍ଦେଶ ଦେଇଛ। ଯଦି ଦରକାର ପଡ଼ିଲେ ଜିଲା ପ୍ରଶାସନସ୍ତରରୁ ମଧ୍ୟ ତଦନ୍ତ କରାଯିବ। ତଦନ୍ତ ପରେ ହିଁ ବିହିତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ପୁରୁଷୋତ୍ତମପୁର ତହସିଲ ଅନ୍ତର୍ଗତ ରାଣିଗାଁ ମୌଜାରେ ବଡ଼ବରଗାଁର ଦଣ୍ଡପାଟ ବାଉରିଦୋରା ପିତା ଦଣ୍ଡପାଟ କ୍ରିଷ୍ଣାମା ଦୋରାଙ୍କ ନାମରେ ଥିବା ଖାତାନଂ ୩୯୦ରେ ରହିଥିବା ଦୁଇଟି ପ୍ଲଟ୍‌ରେ ଥିବା ବିଲ ପ୍ଲଟନଂ ୩୦୬୨ ଓ ପ୍ଲଟ ନଂ ୩୦୬୩ ରହିଛ। ସେ ଗତ ୨୦୧୦ ମସିହା ଡିସେମ୍ବରରୁ ମୃତ୍ୟୁ ଘଟିଛି। ମାତ୍ର ତାଙ୍କର ଏହି ଜମିକୁ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କୋଳାସିଙ୍ଗି ଗ୍ରାମର ପି.ମହେନ୍ଦ୍ର ଦୋରା ପିତା ପି.ରାମଚନ୍ଦ୍ର ଦୋରା ନାମକ ବ୍ୟକ୍ତି ନିଜର ଆଧାରକାର୍ଡକୁ ଜାଲିଆତି କରି ଦଣ୍ଡପାଟ ବାଉରିଦୋରାଙ୍କ ନାମରେ ନକଲି ଆଧାରକାର୍ଡ ପ୍ରସ୍ତୁତ କରାଇ କବିସୂର୍ଯ୍ୟନଗର ଥାନା ବଡଖରିଡ଼ା ପଞ୍ଚାୟତ ବୀରଜଗନ୍ନାଥପୁର ଗ୍ରାମର ଭାଗ୍ୟଲତା ମହାପାତ୍ରଙ୍କୁ ଗତ ଜୁନ୍‌ମାସରେ ଜମିଟିକୁ ବିକ୍ରି କରି ଦେଇଛନ୍ତି। ଏହି ନକଲି ଜମିମାଲିକଙ୍କ ସମେତ ପୁରୁଷୋତ୍ତମପୁର ଗଡ଼ସାହିର କେଶାର୍ପୁ ଆମୋଜିଆମ୍ମା ଦୋରା ସ୍ବାମୀ କେଶାର୍ପୁ ରଘୁନାଥ ଦୋରା, କେଶାର୍ପୁ ନିଶାରାଣୀ ଦୋରା, ସ୍ବାମୀ କେଶାର୍ପୁ ଲକ୍ଷ୍ମୀନାରାୟଣ ଦୋରା, କେଶାର୍ପୁ ଶ୍ରୀରାମ ଦୋରା ପିତା କେଶାର୍ପୁ ଲକ୍ଷ୍ମୀନାରାୟଣ ଦୋରା ପ୍ରମୁଖ ଏହି ଜମିରେ ବିକ୍ରେତା ଭାବରେ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri