ଜମିଜମା ବିବାଦର କରୁଣ ପରିଣତି: ବଡଭାଇର ଟାଙ୍କିଆ ଚୋଟରେ ଚାଲିଗଲା ସାନଭାଇଙ୍କ ଜୀବନ

କାଲିମେଳା, ୨୩।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତାଟିଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା କୁହାଯାଉଛି l ମୃତକ ଜଣଙ୍କ ତାଟିଗୁଡା ଗାଁରେ ଭୀମା ସୋଡ଼ୀ (୪୭)ବୋଲି ଜଣାପଡିଛି। ଅଭିଯୁକ୍ତ ବଡଭାଇ ମାଡା ସୋଡ଼ୀ କାଲିମେଳା ଥାନାରେ ଅଟକ ରହିଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଏବଂ ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍କିଆକୁ ଜବତ କରିଛି l
ସୂଚନା ଅନୁଯାୟୀ, ତାଟିଗୁଡା ଗ୍ରାମର ଇର୍ମା ସୋଡ଼ୀଙ୍କ ମୃତ୍ୟୁ ପରେ ତାଙ୍କର ଦୁଇପୁଅ ବଡ ଭାଇ ମାଡା ଏବଂ ସାନ ଭାଇ ଭୀମାଙ୍କ ମଧ୍ୟରେ ଜମିଜମା ବିବାଦକୁ କେନ୍ଦ୍ର କରି ଶତ୍ରୁତା ଲାଗି ରହୁଥିଲା l ଏଥିପାଇଁ ଦୁଇ ଭାଇଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ଲାଗି ରହୁଥିଲା l ବର୍ତ୍ତମାନ ବାଦାମ ଚାଷକୁ ନେଇ ଦୁଇ ଭାଇଙ୍କ ମଧରେ ମତାନ୍ତର ହେବା ବଚସା ହୋଇଥିଲା। ଗତ ସୋମବାର ରାତିରେ ଭୀମା ନିଜ ଜମିରେ ଥିବା କୁଡିଆ (ଲାଡି) ଭିତରେ ଶୋଇଥିବା ସମୟରେ ମାଡା ସେଠାରେ ପହଁଚି ଟଙ୍କିଆ ସାହାଯ୍ୟରେ ଭୀମାକୁ ଆକ୍ରମଣ କରି ହତ୍ୟା କରିଥିବା ଜଣାପଡିଛି। ହତ୍ୟାକାଣ୍ଡ ପରେ ମାଡା ନିଜ ଘରେ ଯାଇ ରହିଥିଲେ l ଗୋଟିଏ ଦିନ ପରେ ହତ୍ୟାକାଣ୍ଡ ସମ୍ପର୍କରେ ଘର ଲୋକ ଜାଣି ଗ୍ରାମବାସୀଙ୍କୁ ଖବର ଦେଇଥିଲେ l ପୋଲିସ ପହଁଚି ତଦନ୍ତ ଆରମ୍ଭ କରିବା ସହ କୋରାପୁଟରୁ ସାଇଣ୍ଟିଫିକ ଟିମ ଆସି ଅଧିକ ତଦନ୍ତ ଜାରି ରଖିଛି l ବୁଧବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୁଲି ଥାନା ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri