କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି ୧୩ ଦିନରେ ପହଞ୍ଚିଛି। ଗତ ମାସ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଜନ ଆନ୍ଦୋଳନର ସମାଧାନ ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଥିଲେ ହେଁ ସ୍ଥିତି ଏବେ ମଧ୍ୟ ଜଟିଳ ରହିଛି। ଆଜି ଶୁକ୍ରବାର ଘଟଣାସ୍ଥଳରେ ଜିଲା ପ୍ରଶାସନର ବହୁ ଉଚ୍ଚପଦସ୍ଥ ଅଧିକାରୀ ପହଞ୍ଚି ଗ୍ରାମବାସୀଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରିଛନ୍ତି।

ଆଜି କୁରୁକୁଟି ମୌଜାରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ, ଏସପି ନାଗରାଜ ଦେବର୍ କୋଣ୍ଡା, ଭବାନୀପାଟଣା ଉପ-ଜିଲ୍ଲାପାଳ ପ୍ରଭାତ ପରିଡ଼ା, ବିଡ଼ିଓ ଧ୍ରୁବ ଚରଣ ମୁଦୁଲି, ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ ଏବଂ ସ୍ଥାନୀୟ ସରପଞ୍ଚ ସୁଜାତା ମାଝୀଙ୍କ ସମେତ ବହୁ ସରକାରୀ ଅଧିକାରୀ ଓ ସଶସ୍ତ୍ର ପୋଲିସ ଫୋର୍ସ ଉପସ୍ଥିତ ଥିଲେ। ବିସ୍ଥାପିତଙ୍କ ଥଇଥାନ ଓ କଲୋନୀ ନିର୍ମାଣର ଆବଶ୍ୟକତା ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ବୁଝାଶୁଝା କରାଯାଇଥିଲା। ବିଶେଷ କରି ଉପ-ଜିଲାପାଳ ପ୍ରଭାତ ପରିଡ଼ା ପୂର୍ବରୁ ଆସି ଲୋକଙ୍କ ସହ ଆଲୋଚନା କରିଥିବା ବେଳେ ଆଜି ପୁଣି ଥରେ ଜିଲାପାଳଙ୍କ ଉପସ୍ଥିତିରେ ସମାଧାନର ବାଟ ବାହାର କରିବାକୁ ଚେଷ୍ଟା କରାଯାଇଥିଲା।

ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ବେଳେ ଖଣ୍ଡୁଆଳମାଳି ସ୍ଥାୟୀ ସୁରକ୍ଷା ସମିତି ଓ ସ୍ଥାନୀୟ ବାସିନ୍ଦାମାନେ ପୁନର୍ବାର ଗ୍ରାମସଭା ଓ ଜଙ୍ଗଲ ଅଧିକାର ଆଇନର ଦୁହାଇ ଦେଇଛନ୍ତି। ବିନା ଗ୍ରାମସଭା ସମ୍ମତିରେ ପ୍ରଶାସନର କୌଣସି ପଦକ୍ଷେପକୁ ସେମାନେ ଗ୍ରହଣ କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ପ୍ରଥମେ ସ୍ଥାନୀୟ ଭୂମିହୀନଙ୍କୁ ଜମି ପ୍ରଦାନ ଓ ପରେ ଜନହିତକର କାର୍ଯ୍ୟ ପାଇଁ ଜମି ବିନିଯୋଗ କରିବାକୁ ଦାବି ହୋଇଛି। ଉପ-ଜିଲ୍ଲାପାଳଙ୍କ ପୂର୍ବ ଗସ୍ତ ସମୟରେ ହୋଇଥିବା କଥା କଟାକଟି ଓ ଆଦିବାସୀଙ୍କ ପାରମ୍ପରିକ ଅସ୍ତ୍ରଶସ୍ତ୍ରକୁ ନେଇ ସୃଷ୍ଟି ହୋଇଥିବା ବିବାଦକୁ ନେଇ ମଧ୍ୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି।

ସିଜିମାଳୀ ବିସ୍ଥାପିତଙ୍କ ପାଇଁ କୁରୁକୁଟି ମୌଜାର ଥୁଆଗୁଡ଼ା ଗ୍ରାମ ନିକଟରେ ଇଡକୋ ଅଧୀନରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟ ଏବେ ମଧ୍ୟ ଠପ୍ ହୋଇପଡ଼ିଛି। ଟ୍ରକ, ଜେସିବି ଓ ଅନ୍ୟାନ୍ୟ ସରଞ୍ଜାମ ଅଚଳ ହୋଇ ପଡ଼ିଥିବା ବେଳେ ପୋଲିସ ମୁତୟନ ଯୋଗୁ ଅଞ୍ଚଳରେ ଏକ ପ୍ରକାର ଚାପା ଉତ୍ତେଜନା ବିରାଜମାନ କରୁଛି। ଜିଲ୍ଲାପାଳ, ଏସପି ଓ ଉପ-ଜିଲ୍ଲାପାଳଙ୍କ ଗସ୍ତ ପରେ ମଧ୍ୟ କୌଣସି ନିର୍ଦ୍ଦିଷ୍ଟ ସମାଧାନର ବାଟ ବାହାରି ପାରିନାହିଁ। ଜଳ, ଜଙ୍ଗଲ ଓ ଜମି ପାଇଁ ଆଦିବାସୀଙ୍କ ଏହି ସଂଗ୍ରାମ ଆଗକୁ କେଉଁ ରୂପ ନେଉଛି, ତାହା ଉପରେ ସମସ୍ତଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri