ଜମିଜମା ବିବାଦକୁ ନେଇ ସଂଘର୍ଷ, ଦୁଇ ଗୁରୁତର

ବାଲେଶ୍ୱର ଅଫିସ,୨୧ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁରେ ଜମିଜମା ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ ସହ ଘର ଭଙ୍ଗାରୁଜା ଓ ଲୁଟ୍‌ ପାଟ ହୋଇଛି । ବିପକ୍ଷ ଗୋଷ୍ଠୀର ଖଣ୍ଡା ଏବଂ ଠେଙ୍ଗାମାଡ଼ରେ ଦୁଇ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତରମାନେ ହେଲେ ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡି ଗାଁର ସେକ୍‌ ଅସ୍‌ରୁଲ ଓ ସେକ୍‌ କମରୁଲ । ଗୁରୁବାର ପୂର୍ବାହ୍ନରେ ପୂର୍ବ ଶତ୍ରୁତା ଓ ଜମିଜମା ବିବାଦରୁ ୩୦ରୁ ୪୦ ଜଣ ଲୋକ ସେକ୍‌ ଅସ୍‌ରୁଲ ଓ ସେକ୍‌ କମ୍‌ରୁଲଙ୍କ ଘର ଉପରକୁ ଆକ୍ରମଣ କରିଥିଲେ। ଫଳରେ ଦୁର୍ବୃତ୍ତମାନେ ଉଭୟଙ୍କ ଘର ଓ ଆସବାବପତ୍ରକୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗିରୁଜି ଦେଇଥିବା ବେଳେ ପଡ଼ୋଶୀ ଭଡ଼ାଟିଆ ମଧ୍ୟ ଆକ୍ରମଣକାରୀଙ୍କ କବଳରୁ ବାଦ୍‌ ପଡ଼ି ନ ଥିଲେ। ଘରେ ପଶି ଦୁର୍ବୃତ୍ତମାନେ ସୁନା ଗହଣା ଓ ନଗଦ ଟଙ୍କା ଲୁଟି ନେଇ ଥିବା ଚାନ୍ଦିପୁର ଥାନାରେ ଅଭିଯୋଗ ହୋଇଛି। ତେବେ ଦୁଇ ମାସ ପୂର୍ବରୁ ଘଟଣାର ସୂତ୍ରପାତ ଘଟିଥିବା ବେଳେ ଆଜି ପୁଣି ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ। ଅନ୍ୟପଟେ ଚାନ୍ଦିପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri