ବସ୍ତିବାସିନ୍ଦାଙ୍କ ଭୋଟ୍‌ ପାଇଁ ପଟ୍ଟା ବଣ୍ଟନ ନାଟକ: ମନମୋହନ

ଭୁବନେଶ୍ୱର, ୨୯ା୮(ସୁନିତ୍‌ ମିଶ୍ର):ଶିକ୍ଷିତ ଲୋକଙ୍କ ଭୋଟ୍‌ ଭାଜପା ସହିତ ଅଛି। ତେଣୁ ସହରାଞ୍ଚଳରେ ବସ୍ତି ବାସିନ୍ଦାଙ୍କ ଭୋଟ ବିଜେଡିକୁ ଭରସା ା ଭୁବନେଶ୍ୱରରେ ଯଦି ବସ୍ତି ବାସିନ୍ଦାମାନେ ବିଜେଡିକୁ ପ୍ରତ୍ୟାଖାନ କରିବେ ତେବେ ରାଜଧାନୀରେ ସେମାନେ ୧୦% ଭୋଟ୍‌ ବି ପାଇବେନି। ତେଣୁ କେବଳ ବସ୍ତି ବାସିନ୍ଦାଙ୍କ ଭୋଟ ପାଇବା ପାଇଁ ନିର୍ବାଚନ ଆଗରୁ ଏହି ପଟ୍ଟା ବଣ୍ଟା ନାଟକ ଆରମ୍ଭ କରିଛନ୍ତି। ନିର୍ବାଚନ ଆସିଲେ ଶାସକ ଦଳର ବସ୍ତିବାସିନ୍ଦାଙ୍କ କଥା ମନେପଡେ ା ୨୩ ବର୍ଷରେ ବିଜେଡି ବସ୍ତିରେ ଗରିବ ଲୋକମାନେ କିଭଳି ରୁହନ୍ତି କେବେ ହେଲେ ବୁଲିକି ଦେଖିନି। ଭୁବନେଶ୍ୱରରେ ବସ୍ତିବାସିନ୍ଦାଙ୍କ ପାଇଁ ବାସଗୃହ ନିର୍ମାଣଲାଗି ନିଜେ ମୁଖ୍ୟମନ୍ତ୍ରୀ ଥରେ ନୁହେଁ, ୨ ଥର ଶୁଭ ଦେଇଛନ୍ତି ା କିନ୍ତୁ ତାହା କେବଳ ଫଟୋରେ ସୀମିତ ରହିଛି ା ଗୋଟିଏ ପ୍ରକଳ୍ପକୁ ବାରମ୍ବାର ଶୁଭ ଦେବା, ଗୋଟିଏ ଯୋଜନାକୁ ବାରମ୍ବାର ଘୋଷଣା କରିବାରେ ବିଜେଡି ସରକାର ଦେଶରେ ଏକ ନମ୍ବର ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, ସହରାଞ୍ଚଳରେ ବସ୍ତିବାସିନ୍ଦାଙ୍କୁ ଦିଆଯାଇଥିବା କାଗଜରେ ଏହା ଏକ ଫର୍ମ ବୋଲି ଉଲ୍ଲେଖ କରାଯାଇଛି। ଏହା ତଳକୁ ଏହା ଏକ ପ୍ରମାଣପତ୍ର ବୋଲି ଲେଖା ହୋଇଛି ା ଆଉ ଏହାକୁ ରାଜ୍ୟ ସରକାର ପଟ୍ଟା ବୋଲି କହୁଛନ୍ତି ା ପ୍ରଥମେ ସରକାର ସ୍ପଷ୍ଟ କରନ୍ତୁ ଏହା ଫର୍ମ ନା ପ୍ରମାଣପତ୍ର ନା ପଟ୍ଟା ା ରାଜ୍ୟରେ ଏକ ଜାଲିଆ ସରକାର ଚାଲିଛି ା ସହରାଞ୍ଚଳରେ ନବେ ଦଶକରେ ବସ୍ତିବାସିନ୍ଦାଙ୍କୁ ଯେଉଁ ପଟ୍ଟା ମିଳିଛି ସେଥିରେ ସ୍ପଷ୍ଟ ଭାବରେ ଲେଖାହୋଇଛି ଯେ, ବସ୍ତିବାସିନ୍ଦାଙ୍କ ଥଇଥାନ ଯୋଜନା ଅନୁସାରେ ଏହା ମିଳିଥିବା ପଟ୍ଟା ା ହେଲେ ଏବେ ସରକାର ଯେଉଁ କାଗଜ ଧରାଉଛନ୍ତି ସେଥିରେ କେଉଁଠି ବି ପଟ୍ଟା ଶବ୍ଦ ଲେଖାନାହିଁ ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri