Posted inଜାତୀୟ

ଅଧା ରାତି ପର୍ଯ୍ୟନ୍ତ ଚାଲିଲା ଲାଲୁଙ୍କ ପରିବାର ପରିସରରେ ଇଡିର ଚଢାଉ, ପାଟନାରୁ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ୨୦ ସ୍ଥାନରେ ଚଢାଉ

ପାଟନା/ନୂଆଦିଲ୍ଲୀ,୧୧ ।୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚାକିରି ବଦଳରେ ଜମି ‘ଘୋଟାଲା’ ମାମଲାରେ ମନି ଲଣ୍ଡରିଂ ଯାଞ୍ଚ ମାମଲାରେ ଶୁକ୍ରବାର ନୂଆଦିଲ୍ଲୀ, ମୁମ୍ବାଇ ଓ ବିହାରରେ ପ୍ରାୟ ୨୦ଟି ସ୍ଥାନରେ ଚଢାଉ କରିଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ୩ ଝିଅ, ପୁଅ ତେଜସ୍ୱୀ ଯାଦବ ଓ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ନେତାଙ୍କ ପରିସରରେ ବି ଏହି ଚଢାଉ କରାଯାଇଛି । ଶୁକ୍ରବାର ଅଧା ରାତି ପର୍ଯ୍ୟନ୍ତ ଏହି ଚଢାଉ ଜାରି ରହିଥିଲା ।
ସୂଚନାଯୋଗ୍ୟ, ବିହାରର ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଇଡି ଅଧିକାରୀମାନେ ପ୍ରାୟ ୧୪ ଘଣ୍ଟା ଧରି ଯାଞ୍ଚ କରିଥିଲେ । ରାତି ପ୍ରାୟ ୧୨ଟା ୧୫ରେ ଇଡିର ଟିମ ତେଜସ୍ୱୀଙ୍କ ଘରୁ କିଛି କାଗଜପତ୍ର ନେଇ ବାହାରି ଆସିଥିଲେ । ଆଉ ଏହାପରେ ତେଜସ୍ୱୀ ଯାଦବ ବି ଘରୁ ବାହାରି ଆସିଥିଲେ । ଏପଟେ ଗାଜିଆବାଦରେ ଲାଲୁଙ୍କ ଝିଅଙ୍କ ଘରେ ବି ବିଳମ୍ବିତ ରାତି ପର୍ଯ୍ୟନ୍ତ ଚଢାଉ କରାଯାଇଥିଲା । ରାତି ପ୍ରାୟ ୧୧ଟା ୩୦ରେ ଇଡିର ଟିମ ଏକ ପ୍ରିଣ୍ଟର ମାଗିଥିଲେ ।
ଏଜେନ୍ସିର ସୂତ୍ରରୁ ପିଟିଆଇକୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏହି ଚଢାଉ ସମୟରେ ୫୩ ଲକ୍ଷ ନଗଦ ଟଙ୍କା, ୧୯୦୦ ଆମେରିକୀୟ ଡଲାର, ପ୍ରାୟ ୫୪୦ ଗ୍ରାମ ସୁନା ଓ ୧.୫ କିଲୋଗ୍ରାମ ଅଳଙ୍କାର ଜବତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri