Posted inଜାତୀୟ

ଅଧା ରାତି ପର୍ଯ୍ୟନ୍ତ ଚାଲିଲା ଲାଲୁଙ୍କ ପରିବାର ପରିସରରେ ଇଡିର ଚଢାଉ, ପାଟନାରୁ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ୨୦ ସ୍ଥାନରେ ଚଢାଉ

ପାଟନା/ନୂଆଦିଲ୍ଲୀ,୧୧ ।୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚାକିରି ବଦଳରେ ଜମି ‘ଘୋଟାଲା’ ମାମଲାରେ ମନି ଲଣ୍ଡରିଂ ଯାଞ୍ଚ ମାମଲାରେ ଶୁକ୍ରବାର ନୂଆଦିଲ୍ଲୀ, ମୁମ୍ବାଇ ଓ ବିହାରରେ ପ୍ରାୟ ୨୦ଟି ସ୍ଥାନରେ ଚଢାଉ କରିଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ୩ ଝିଅ, ପୁଅ ତେଜସ୍ୱୀ ଯାଦବ ଓ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ନେତାଙ୍କ ପରିସରରେ ବି ଏହି ଚଢାଉ କରାଯାଇଛି । ଶୁକ୍ରବାର ଅଧା ରାତି ପର୍ଯ୍ୟନ୍ତ ଏହି ଚଢାଉ ଜାରି ରହିଥିଲା ।
ସୂଚନାଯୋଗ୍ୟ, ବିହାରର ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଇଡି ଅଧିକାରୀମାନେ ପ୍ରାୟ ୧୪ ଘଣ୍ଟା ଧରି ଯାଞ୍ଚ କରିଥିଲେ । ରାତି ପ୍ରାୟ ୧୨ଟା ୧୫ରେ ଇଡିର ଟିମ ତେଜସ୍ୱୀଙ୍କ ଘରୁ କିଛି କାଗଜପତ୍ର ନେଇ ବାହାରି ଆସିଥିଲେ । ଆଉ ଏହାପରେ ତେଜସ୍ୱୀ ଯାଦବ ବି ଘରୁ ବାହାରି ଆସିଥିଲେ । ଏପଟେ ଗାଜିଆବାଦରେ ଲାଲୁଙ୍କ ଝିଅଙ୍କ ଘରେ ବି ବିଳମ୍ବିତ ରାତି ପର୍ଯ୍ୟନ୍ତ ଚଢାଉ କରାଯାଇଥିଲା । ରାତି ପ୍ରାୟ ୧୧ଟା ୩୦ରେ ଇଡିର ଟିମ ଏକ ପ୍ରିଣ୍ଟର ମାଗିଥିଲେ ।
ଏଜେନ୍ସିର ସୂତ୍ରରୁ ପିଟିଆଇକୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏହି ଚଢାଉ ସମୟରେ ୫୩ ଲକ୍ଷ ନଗଦ ଟଙ୍କା, ୧୯୦୦ ଆମେରିକୀୟ ଡଲାର, ପ୍ରାୟ ୫୪୦ ଗ୍ରାମ ସୁନା ଓ ୧.୫ କିଲୋଗ୍ରାମ ଅଳଙ୍କାର ଜବତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri