ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ ବିଳମ୍ୱ ଘଟିଥିଲା। ତେବେ ବ୍ଲକ୍‌ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ଓ ଅନ୍ୟମାନେ ଏ ନେଇ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଭବାନୀପାଟଣା ଉପଜିଲାପାଳ ପତ୍ର ସଂଖ୍ୟା ୩୩୭୫ ଅନୁସାରେ କର୍ଲାମୁଣ୍ଡା ତହସିଲଦାର ଓ ଜିଲା କ୍ରୀଡ଼ା ଅଧିକାରୀଙ୍କୁ ବ୍ଲକ୍‌ ସଦର ଡୁକେରମାଲ ମୌଜାରେ ଜାଗା ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ଗୁରୁବାର ଜିଲା କ୍ରୀଡ଼ା ଅଧିକାରୀ ରମେଶ ଚନ୍ଦ୍ର ପାଢ଼ୀ, ତହସିଲଦାର ଅରୁଣ କୁମାର ବର୍ଗେ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଆଦିବାସୀ ଯୁବନେତା ନନ୍ଦୀକିଶୋର ଭୋଇ, ଭାଜପା ମଣ୍ଡଳ ସଭାପତି ଡୁଲାମଣି ଭୋଇ, ବିଜେଡି କର୍ମୀ ପ୍ରେମାନନ୍ଦ ସାହୁ, ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ ସୋସାନ କୁଣ୍ଡୁଲୁ ପ୍ରମୁଖ କର୍ଲାମୁଣ୍ଡା ବସ୍ତି ନିକଟ ପାଣି ପଞ୍ଚାୟତ କାର୍ଯ୍ୟାଳୟ ପାଖରେ ଥିବା ବାଗମରା ଭାଗରେ ୧୧ଏକର ୭୫ ଡେସିମିଲ ଜାଗା ଚିହ୍ନଟ କରିଛନ୍ତି। ତହସିଲଦାର ବର୍ଗେଙ୍କୁ ପଚାରିବାରୁ ଭବାନୀପାଟଣା ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା କ୍ରୀଡ଼ା ଅଧିକାରୀଙ୍କ ଉପସ୍ଥିତିରେ ଷ୍ଟାଡିୟମ ନିର୍ମାଣ ପାଇଁ ଜାଗା ଚିହ୍ନଟ ହୋଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri