ଓଡ଼ିଶାର ୧୯ ଜିଲାକୁ ‘ଭୂମି ସମ୍ମାନ’

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର): ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡସ ମଡର୍ନାଇଜେଶନ ପ୍ରୋଗ୍ରାମ (ଡିଆଇଏଲ୍‌ଆର୍‌ଏମ୍‌ପି)ର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପ୍ରଦାନ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଏହି ପୁରସ୍କାର ଦିଆଯାଇଛି। ଦେଶର ସମୁଦାୟ ୭୬୬ଜିଲାରୁ ୬୮ଟିକୁ ଡିଆଇଏଲ୍‌ଆର୍‌ଏମ୍‌ପି ଅନ୍ତର୍ଗତ ୬ଟି ବର୍ଗରେ ପ୍ଲାଟିନମ୍‌ ପୁରସ୍କାର ମିଳିଛି। ସେଥିଧ୍ୟରୁ ଓଡ଼ିଶାର ୧୯ ଜିଲା ଏହି ପୁରସ୍କାର ପାଇବା ସମଗ୍ର ରାଜ୍ୟବାସୀଙ୍କ ପାଇଁ ଗୌରବର ବିଷୟ ହୋଇଛି। ସେହି ଜିଲାଗୁଡ଼ିକ ହେଉଛି ଅନୁଗୋଳ, ବୌଦ୍ଧ, ବରଗଡ଼, ଭଦ୍ରକ, ଦେଓଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର। ରାଷ୍ଟ୍ରପତି ଏହି ଜିଲାଗୁଡ଼ିକର ଜିଲାପାଳ ବା ଅତିରିକ୍ତ ଜିଲାପାଳମାନଙ୍କୁ ‘ଭୂମି ସମ୍ମାନ’ ପୁରସ୍କାର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌ଦର୍ଶନରେ ୫-ଟି କାର୍ଯ୍ୟାନ୍ବୟନ ତଥା ମୋ ସରକାର ନିୟମାବଳୀ ମାଧ୍ୟମରେ ଜମିଜମା ରେକର୍ଡ ଏବଂ ଜନସେବାକୁ ଡିଜିଟାଇଜେଶନ୍‌ କରିବାରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ରାଜସ୍ବ କାର୍ଯ୍ୟାଳୟଗୁଡ଼ିକରେ ନାଗରିକଙ୍କ ବ୍ୟକ୍ତିଗତ ଉପସ୍ଥିତିକୁ ଯଥାସମ୍ଭବ କମାଇବା ସହ ମଧ୍ୟସ୍ଥମାନଙ୍କ ଭୂମିକାକୁ ନୂ୍ୟନ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଭାଗ ଦ୍ୱାରା ନାଗରିକଙ୍କୁ ଯୋଗାଇ ଦିଆଯାଉଥିବା ୩୪ଟି ପ୍ରମୁଖ ସେବାକୁ ଅନ୍‌ଲାଇନ୍‌ କରାଯିବା ଦ୍ୱାରା ଲୋକମାନେ ଅନ୍‌ଲାଇନ ମାଧ୍ୟମରେ ଆବେଦନ ଏବଂ ସ୍ଥିତି ଜାଣିପାରୁଛନ୍ତି। ଭର୍ଚୁଆଲ୍‌ କୋର୍ଟ ମାଧ୍ୟମରେ ୧୩ ହଜାରରୁ ଊର୍ଦ୍ଧ୍ୱ ମାମଲାର ଫଇସଲା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri