ବିଜୟଙ୍କ ନଁ।ରେ ଓଡ଼ିଶାରେ ଜମି, ହୋଟେଲ, ଫାର୍ମହାଉସ୍‌

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବହୁ କୋଟି ଟଙ୍କାର ଓ୍ବେଲ୍‌ଫେୟାର ଚିଟ୍‌ପଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇ ୩ ଦିନିଆ ରିମାଣ୍ଡରେ ଥିବା ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକ ମାଲ୍ଲା ବିଜୟ ପ୍ରସାଦଙ୍କ ଓଡ଼ିଶା ଲିଙ୍କ୍‌ର ଗୁମର ଫିଟିବାରେ ଲାଗିଛି। କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଲ୍ୟୁ ତାଙ୍କୁ ପଚରାଉଚରା ଜାରି ରଖିଛି। ତେବେ ଜେରା ସମୟରେ ତାଙ୍କଠୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ଇଓଡବ୍ଲ୍ୟୁ ଏସ୍‌ପି ବିଜି ମହାନ୍ତି ଶୁକ୍ରବାର ଗଣମାଧ୍ୟମକୁ କହିଛନ୍ତି। ଓଡିଶାରେ ତାଙ୍କର ମୂଲ୍ୟବାନ ଜମି, ହୋଟେଲ୍‌, ଫାର୍ମହାଉସ୍‌ ଆଦି କୋଟି କୋଟି ଟଙ୍କାର ସମ୍ପତ୍ତି ଥିବା ଜଣାପଡିଛି। ତେବେ ଏସବୁ ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଓଡ଼ିଶା ଜମାକାରୀ ସ୍ବାର୍ଥ ସୁରକ୍ଷା (ଓପିଆଇଡି) କୋର୍ଟକୁ ଜଣାଇବାକୁ ଇଓଡବ୍ଲ୍ୟୁ ପ୍ରସ୍ତୁତ ହେଉଛି। ସମ୍ପତ୍ତି ଜବତ ପରେ ଜମାକାରୀଙ୍କୁ ଟଙ୍କା ଫେରାଇବା ପ୍ରକ୍ରିୟା ଆରମ୍ଭ ହେବ ବୋଲି ଏସ୍‌ପି କହିଛନ୍ତି। ଅନ୍ୟପକ୍ଷରେ ଶନିବାର ଅଭିଯୁକ୍ତଙ୍କ ରିମାଣ୍ଡର ଅବଧି ସରିବାକୁ ଥିବାବେଳେ ଇଓଡବ୍ଲ୍ୟୁ ତାଙ୍କୁ କଟକର ଓପିଆଇଡି କୋର୍ଟରେ ହାଜର କରିବ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ଅଭିଯୁକ୍ତ ମାଲ୍ଲା ବିଜୟ ପ୍ରସାଦ ୱେଲ୍‌ଫେୟାର ବିଲ୍ଡିଂ ଆଣ୍ଡ୍‌ ଇଷ୍ଟେଟ୍‌ ପ୍ରାଇଭେଟ ଲିମିଟେଡ ନାମକ ଏକ କମ୍ପାନୀ ଖୋଲିଥିଲେ। ଜମାରାଶି ଉପରେ ଅଧିକ ରିଟର୍ନ ସହ ଭାଇଜାଗ୍‌ରେ ଶସ୍ତାରେ ଜମି ଯୋଗାଇଦେବାର ଲୋଭ ଦେଖାଇ ମାଲ୍ଲାଙ୍କ ସଂସ୍ଥା ବିଭିନ୍ନ ରାଜ୍ୟ ସମେତ ଓଡ଼ିଶାର ଲୋକଙ୍କଠାରୁ ଟଙ୍କା ଆଦାୟ କରିଥିଲା। ନିର୍ଦ୍ଧାରିତ ସମୟରେ ଜମି ନ ମିଳିବାରୁ ଏନେଇ ଓଡ଼ିଶା କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ନିକଟରେ ପ୍ରାୟ ୧୫୦ଟି ଅଭିଯୋଗ ହୋଇଥିଲା। ଇଓଡବ୍ଲ୍ୟୁ ବିଶାଖାପାଟଣାରୁ ମାଲ୍ଲା ବିଜୟଙ୍କୁ ଗିରଫ କରି ଗତ ୭ ତାରିଖରେ କଟକ ଓପିଆଇଡି କୋର୍ଟରେ ହାଜର କରାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। ତେବେ ବିଜୟ ପ୍ରସାଦଙ୍କ ଠକେଇ ସଂକ୍ରାନ୍ତ ଅଧିକ ତଥ୍ୟ ହାସଲ କରିବାକୁ ଇଓଡବ୍ଲ୍ୟୁ ପକ୍ଷରୁ କୋର୍ଟରେ ୩ ଦିନିଆ ରିମାଣ୍ଡ ପାଇଁ ଆବେଦନ କରାଯାଇଥିଲା। କୋର୍ଟ ଅଭିଯୁକ୍ତଙ୍କୁ ୧୫ ତାରିଖ ଅପରାହ୍ନ ୪ଟାରୁ ୧୮ ତାରିଖ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ରିମାଣ୍ଡ ଅନୁମତି ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?