ମହଙ୍ଗା ହୋଇପାରେ ଜମି,ଘର

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟ ସରକାର ଅସ୍ଥାବର ସମ୍ପତ୍ତିର ବେଞ୍ଚ ମାର୍କ ଭେଲ୍ୟୁ ବିଏମ୍‌ଭି ସଂଶୋଧନ କରିବାକୁ ଯାଉଛନ୍ତି। ଏହି ପଦକ୍ଷେପ ଦ୍ୱାରା ଜମି ଏବଂ ଘର ମହଙ୍ଗା ହୋଇପାରେ। ଏଥିପାଇଁ ବୋର୍ଡ ଅଫ ରେଭିନ୍ୟୁ ଆଇଜି ସବୁ ଜିଲାପାଳ ଏବଂ ଜିଲା ସ୍ତରୀୟ ମୂଲ୍ୟାୟନ କମିଟିକୁ ଚିଠି ଲେଖିଛନ୍ତି। ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଏହି ପ୍ରକ୍ରିୟା ହେବ। ବିଏମ୍‌ଭି ଭେଲ୍ୟୁ ସଂଶୋଧନ ପାଇଁ ପୂର୍ବରୁ ପ୍ରସ୍ତାବ ରହିଥିଲା।
ତେବେ ୨୦୨୦-୨୧ ଆର୍ଥିକ ବର୍ଷ ଶେଷ ପଯର୍‌ୟନ୍ତ ୨୦୧୯-୨୦ ର ସଂଶୋଧିତ ବିଏମ୍‌ଭି ଲାଗୁ କରିବାକୁ ବିଜ୍ଞପ୍ତି ଜାରି ହୋଇଥିଲା। ୨୦୨୨ ମାର୍ଚ୍ଚ ୩୧ ତାରିଖ ପଯର୍‌ୟନ୍ତ ସଂଶୋଧିତ ବିଏମ୍‌ଭିକୁ ସ୍ଥଗିତ ରଖାଯାଇଥିଲା। ଏବେ କୋଭିଡ୍‌ ସ୍ଥିତିରେ ସୁଧାର ଆସିବା ପରେ ଏବଂ କଟକଣା କୋହଳ ହେବାରୁ ବିଏମ୍‌ଭିକୁ ସଂଶୋଧିତ କରି ପୁନଃ ନିର୍ଦ୍ଧାରଣ କରିବାକୁ ନିଷ୍ପତ୍ତି ହୋଇଛି। ତହସିଲ ଏବଂ ଜିଲା ସ୍ତରରେ ମୂଲ୍ୟାୟନ କମିଟି ଗଠନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri