ସବୁ ୱାର୍ଡରେ ଆମିଷ ବଜାର ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭୁବନେଶ୍ବରର ଗଳିକନ୍ଦିଠାରୁ ଆରମ୍ଭ କରି ପ୍ରମୁଖ ରାସ୍ତା ଯାଏ ସବୁଠି ଆମିଷ ଦୋକାନ ଖୋଲୁଛି। ଫଳରେ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେବା ସହ ପରିବେଶ ଦୂଷିତ ହେଉଛି। ହକି ବିଶ୍ବକପ୍‌ ପୂର୍ବରୁ ବିଏମ୍‌ସି ପକ୍ଷରୁ ପ୍ରମୁଖ ରାସ୍ତାରୁ ଆମିଷ ବ୍ୟବସାୟୀଙ୍କୁ ହଟା ଯାଇଥିଲା। ମାତ୍ର ଏବେ ପୁଣି ରାସ୍ତାକଡ଼ରେ ଆମିଷ ପସରା ମେଲି ଥିବାରୁ ଏହାର ସ୍ଥାୟୀ ସମାଧାନ ଲାଗି ପଦକ୍ଷେପ ନେଉଛି ବିଏମ୍‌ସି। ଏଥିପାଇଁ ସବୁ ଓ୍ବାର୍ଡରେ ସ୍ଥାୟୀ ତଥା ସ୍ବତନ୍ତ୍ର ଆମିଷ ବଜାର ଖୋଲିବାକୁ ନିଷ୍ପତ୍ତି ହୋଇଛି। ବିଏମସି ମାର୍କେଟ ବିଭାଗ ଉପଆୟୁକ୍ତଙ୍କ ପକ୍ଷରୁ ଏ ନେଇ ସହର ମୁଖ୍ୟ ଯନ୍ତ୍ରୀ, ଲ୍ୟାଣ୍ଡ ବିଭାଗ ଉପଆୟୁକ୍ତ ଓ ୩ ଜୋନର ଜୋନାଲ ଡେପୁଟି କମିଶନରଙ୍କୁ ଚିଠି କରାଯିବା ସହ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ବର ନନ୍‌ଭେଜ ଫେଡେରେଶନ (ମଟନ) ସମ୍ପାଦକ ଏସ. କେ. ସର୍ଜନଙ୍କ ଦ୍ବାରା ହୋଇଥିବା ଚିଠି ଆଧାରରେ ସବୁ ୱାର୍ଡରେ ଆମିଷ ବଜାର ଲାଗି ଜମି ଚିହ୍ନଟ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ, ମେୟର ସୁଲୋଚନା ଦାସଙ୍କୁ ଚିଠିର ନକଲ ପ୍ରଦାନ କରାଯାଇଛି। ସେହିପରି ସ୍ଥାନ ଚିହ୍ନଟ ପରେ ମାର୍କେଟ ବିଭାଗକୁ ଏନେଇ ପ୍ରଥମେ ଅବଗତ କରାଇବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, ନଭେମ୍ବରରୁ ଆମିଷ ବ୍ୟବସାୟୀଙ୍କୁ ସ୍ବତନ୍ତ୍ର ସ୍ଥାନରେ ଥଇଥାନ କରିବା ସହ ସେମାନଙ୍କ ଲାଗି ଆମିଷ ବଜାର କରିବାକୁ ବିଏମସି ପ୍ରତିଶ୍ରୁତି ଦେଇଛି। ମାତ୍ର ଏବେ ହୋଇଥିବା ଚିଠିକୁ ନେଇ ଭୁବନେଶ୍ବର ନନ୍‌ଭେଜ ଫେଡେରେଶନ (ମଟନ) ପକ୍ଷରୁ ବିଏମସିକୁ ଧନ୍ୟବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri