ସବୁ ୱାର୍ଡରେ ଆମିଷ ବଜାର ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭୁବନେଶ୍ବରର ଗଳିକନ୍ଦିଠାରୁ ଆରମ୍ଭ କରି ପ୍ରମୁଖ ରାସ୍ତା ଯାଏ ସବୁଠି ଆମିଷ ଦୋକାନ ଖୋଲୁଛି। ଫଳରେ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେବା ସହ ପରିବେଶ ଦୂଷିତ ହେଉଛି। ହକି ବିଶ୍ବକପ୍‌ ପୂର୍ବରୁ ବିଏମ୍‌ସି ପକ୍ଷରୁ ପ୍ରମୁଖ ରାସ୍ତାରୁ ଆମିଷ ବ୍ୟବସାୟୀଙ୍କୁ ହଟା ଯାଇଥିଲା। ମାତ୍ର ଏବେ ପୁଣି ରାସ୍ତାକଡ଼ରେ ଆମିଷ ପସରା ମେଲି ଥିବାରୁ ଏହାର ସ୍ଥାୟୀ ସମାଧାନ ଲାଗି ପଦକ୍ଷେପ ନେଉଛି ବିଏମ୍‌ସି। ଏଥିପାଇଁ ସବୁ ଓ୍ବାର୍ଡରେ ସ୍ଥାୟୀ ତଥା ସ୍ବତନ୍ତ୍ର ଆମିଷ ବଜାର ଖୋଲିବାକୁ ନିଷ୍ପତ୍ତି ହୋଇଛି। ବିଏମସି ମାର୍କେଟ ବିଭାଗ ଉପଆୟୁକ୍ତଙ୍କ ପକ୍ଷରୁ ଏ ନେଇ ସହର ମୁଖ୍ୟ ଯନ୍ତ୍ରୀ, ଲ୍ୟାଣ୍ଡ ବିଭାଗ ଉପଆୟୁକ୍ତ ଓ ୩ ଜୋନର ଜୋନାଲ ଡେପୁଟି କମିଶନରଙ୍କୁ ଚିଠି କରାଯିବା ସହ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ବର ନନ୍‌ଭେଜ ଫେଡେରେଶନ (ମଟନ) ସମ୍ପାଦକ ଏସ. କେ. ସର୍ଜନଙ୍କ ଦ୍ବାରା ହୋଇଥିବା ଚିଠି ଆଧାରରେ ସବୁ ୱାର୍ଡରେ ଆମିଷ ବଜାର ଲାଗି ଜମି ଚିହ୍ନଟ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ, ମେୟର ସୁଲୋଚନା ଦାସଙ୍କୁ ଚିଠିର ନକଲ ପ୍ରଦାନ କରାଯାଇଛି। ସେହିପରି ସ୍ଥାନ ଚିହ୍ନଟ ପରେ ମାର୍କେଟ ବିଭାଗକୁ ଏନେଇ ପ୍ରଥମେ ଅବଗତ କରାଇବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, ନଭେମ୍ବରରୁ ଆମିଷ ବ୍ୟବସାୟୀଙ୍କୁ ସ୍ବତନ୍ତ୍ର ସ୍ଥାନରେ ଥଇଥାନ କରିବା ସହ ସେମାନଙ୍କ ଲାଗି ଆମିଷ ବଜାର କରିବାକୁ ବିଏମସି ପ୍ରତିଶ୍ରୁତି ଦେଇଛି। ମାତ୍ର ଏବେ ହୋଇଥିବା ଚିଠିକୁ ନେଇ ଭୁବନେଶ୍ବର ନନ୍‌ଭେଜ ଫେଡେରେଶନ (ମଟନ) ପକ୍ଷରୁ ବିଏମସିକୁ ଧନ୍ୟବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri