ବଗପାଟିଆ କଲୋନୀରେ ୨୪୭ ପରିବାର ଥଇଥାନ ପାଇଁ ଜମି ଚିହ୍ନଟ

ରାଜନଗର,୫ା୮(ଡି.ଏନ.ଏ.): ବଙ୍ଗୋପସାଗର ଆଁ ମୁହଁରେ ଥିବା ରାଜନଗର ବ୍ଲକ ସାତଭାୟାର ୫୭୧ ପରିବାରକୁ ବଗପାଟିଆଠାରେ କଲୋନୀରେ ଥଇଥାନ କରାଯାଇଛି। ଅନ୍ୟପକ୍ଷେ ୨୪୭ ପରିବାର ଏବେବି ଥଇଥାନ ଅପେକ୍ଷାରେ ରହିଥିଲେ। ସାତଭାୟା ପଞ୍ଚାୟତର କାନପୁରର ୬୬ ପରିବାରକୁ ୧୦ନଂ. ରୁ ୧୯ ନଂ. ଲେନରେ, ସାତଭାୟାର ୮୨ ପରିବାରକୁ ୧ ନଂ.ରୁ ୯ନଂ. ଲେନରେ ଓ ଚାରିଘରିଆର ୯୯ ପରିବାରକୁ ୧୪ନଂ.ରୁ ୧୯ନଂ. ଲେନ ମଧ୍ୟରେ ଜାଗା ଚିହ୍ନଟ ଦିଆଯାଇଛି। ପ୍ରତ୍ୟେକ ପରିବାରକୁ ୧୦୦ କଡି ଲମ୍ବା ଓ ୧୦୦ କଡି ଚଉଡାରେ ଜାଗା ଚିହ୍ନଟ ଦିଆଯାଇଛି। ଏହି ୨୪୭ ପରିବାରକୁ ବିଜୁ ପକ୍କାଘର ଯୋଗାଇ ଦେବାକୁ ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚିଠି ଲେଖାଯାଇଛି। ବର୍ତ୍ତମାନ ବର୍ଷାଦିନ ହୋଇଥିବାରୁ ପରେ ବିଜୁ ପକ୍କାଘର ଯୋଗାଇ ଦିଆଯିବ ବୋଲି ଜଣାପଡିଛି। କେନ୍ଦ୍ରାପଡ଼ା ଉପଜିଲାପାଳ ନିରଞ୍ଜନ ବେହେରା, ତହସିଲଦାର ଭୋଳାନାଥ ସେଠୀ, ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ, ଆଇଆଇସି ତପନ କୁମାର ନାୟକ, ସରପଞ୍ଚ ପ୍ରସନ୍ନ କୁମାର ପରିଡା, ସମିତିସଭ୍ୟ କୌଶିକ ବେହେରା, ସାତଭାୟା ଥଇଥାନ କମିଟିର ସଦସ୍ୟ କରୁଣାକର ସ୍ବାଇଁ, ନିରଞ୍ଜନ ସ୍ବାଇଁ, ସୁଦର୍ଶନ ରାଉତ, ମଙ୍ଗୁଳି ଚରଣ ଦାସ, ଅକ୍ଷୟ କୁମାର ପରିଡା ପ୍ରମୁଖ ଏହି ଜାଗା ଚିହ୍ନଟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri