ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ଦିଆଯିବ ପଟ୍ଟା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ତାଙ୍କର ଜିଲାଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କର ଦୀର୍ଘବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା ସମ୍ପର୍କରେ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି।

ବୈଠକରେ ୫-ଟି ସଚିବଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡ଼ା ଜିଲାର ଜିଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି।

ଝାରସୁଗୁଡ଼ା ଜିଲାରେ ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡ଼ା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି। ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ। ଡିସେମ୍ବରରୁ ଲିମେଇତିକ୍ରା, ସାହାସବାଗ, ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା ଏହି ୫ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ।

ଗଞ୍ଜାମ ଜିଲାକୁ ଗତ ଅଗଷ୍ଟ ୨୬ରେ ୫-ଟି ସଚିବ ଗସ୍ତ କରିଥିଲେ। ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି ସମସ୍ୟାର ସମସ୍ୟା ସମାଧାନ ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ଗଞ୍ଜାମ ଜିଲାର ସୋରଡା ବ୍ଲକର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ। ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ ଏବଂ ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ।
ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri