ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ଦିଆଯିବ ପଟ୍ଟା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୯(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ତାଙ୍କର ଜିଲାଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କର ଦୀର୍ଘବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା ସମ୍ପର୍କରେ ୫-ଟି ସଚିବଙ୍କୁ ଜଣାଇଥିଲେ। ଏ ବିଷୟରେ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି।

ବୈଠକରେ ୫-ଟି ସଚିବଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡ଼ା ଜିଲାର ଜିଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି ନିଆଯାଇଛି।

ଝାରସୁଗୁଡ଼ା ଜିଲାରେ ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡ଼ା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି। ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ। ଡିସେମ୍ବରରୁ ଲିମେଇତିକ୍ରା, ସାହାସବାଗ, ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା ଏହି ୫ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ।

ଗଞ୍ଜାମ ଜିଲାକୁ ଗତ ଅଗଷ୍ଟ ୨୬ରେ ୫-ଟି ସଚିବ ଗସ୍ତ କରିଥିଲେ। ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି ସମସ୍ୟାର ସମସ୍ୟା ସମାଧାନ ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ଗଞ୍ଜାମ ଜିଲାର ସୋରଡା ବ୍ଲକର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ। ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ ଏବଂ ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ।
ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri