ହାଉସିଂ ବୋର୍ଡ, ଉନ୍ନୟନ କର୍ତ୍ତୃପକ୍ଷଙ୍କ ଲିଜ୍‌ ଜମିକୁ ଫ୍ରି ହୋଲ୍ଡ କରାଯିବ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ବାସଗୃହ ପ୍ରକଳ୍ପ ପାଇଁ ଲିଜ୍‌ ସୂତ୍ରରେ ଆବଣ୍ଟିତ ଜମିକୁ ସରକାର ଫ୍ରି ହୋଲ୍ଡ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ପିପିପି ମୋଡ୍‌ରେ ବିକଶିତ ପ୍ରକଳ୍ପଗୁଡ଼ିକ ପାଇଁ ଓଡ଼ିଶା ରାଜ୍ୟ ହାଉସିଂ ବୋର୍ଡ ଏବଂ ଉନ୍ନୟନ କର୍ତ୍ତୃପକ୍ଷ ସପକ୍ଷରେ ଲିଜ୍‌ ହୋଇଥିବା ଜମି ମଧ୍ୟ ଫ୍ରି ହୋଲ୍ଡ ସ୍ଥିତିକୁ ରୂପାନ୍ତର କରାଯିବ। ଏହାଦ୍ବାରା ଆବଣ୍ଟନଗ୍ରାହୀମାନେ ପାଇଥିବା ଘରକୁ ଭୋଗ ଦଖଲ କରିପାରିବେ। ଏହି ପ୍ରସ୍ତାବକୁ ଗୁରୁବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି।
ସେହିରପି ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାର ଓଡ଼ିଶା ପଞ୍ଚାୟତିରାଜ ସେବା ବର୍ଗରେ ୩୧୪ଟି ଦ୍ବିତୀୟ ଶ୍ରେଣୀ ପଦବୀକୁ ଉଚ୍ଛେଦ କରିବେ। ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦବୀରୁ ଯୁଗ୍ମ ନିର୍ଦ୍ଦେଶକ ପଦବୀ ପର୍ଯ୍ୟନ୍ତ ୧୦୩ଟି ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ପଦ ସୃଷ୍ଟି କରାଯିବ।
ଓଡ଼ିଶା ସରକାରଙ୍କ ବନ୍ଦୋବସ୍ତ ଓ ଚକବନ୍ଦୀ ସଂସ୍ଥାର ୧୦୫ ଠିକା କର୍ମଚାରୀ, ଯେଉଁମାନେ ୧୯୯୩ ଏପ୍ରିଲ ୧୨ ପୂର୍ବରୁ ନିଯୁକ୍ତି ପାଇଥିବେ ଓ ୨୦୦୫ ମାର୍ଚ୍ଚ ୧୫ ପୂର୍ବରୁ ଅବସର ଗ୍ରହଣ କରି କିମ୍ବା ମୃତ୍ୟୁ ହୋଇଥିବ, ସେମାନଙ୍କୁ ସର୍ବନିମ୍ନ ଅବସରକାଳୀନ ପ୍ରାପ୍ୟ ବା ପାରିବାରିକ ଅବସରକାଳୀନ ପ୍ରାପ୍ୟ ପ୍ରଦାନ କରାଯିବ। କ୍ୟାବିନେଟ ଏହି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛି।
ଓଡ଼ିଶା ଭୂସଂସ୍କାର ଆଇନ-୧୯୬୦ର ଧାରା ୭୩(ଗ) ଅନୁଯାୟୀ ଓଡ଼ିଶା ସରକାର ଟାଉନପ୍ଲାନିଂ ସ୍କିମ୍‌ଗୁଡ଼ିକ ନିମନ୍ତେ ଚାଷଜମିକୁ ଅଣଚାଷ ଉଦ୍ଦେଶ୍ୟରେ କିସମ ପରିବର୍ତ୍ତନ ସମ୍ପୂର୍ଣ୍ଣ ଦେୟମୁକ୍ତ କରାଯିବ। ଓଡ଼ିଶା ପଞ୍ଚାୟତିରାଜ ଯାନ୍ତ୍ରିକ ସେବା ନିଯୁକ୍ତି ନିୟମାବଳୀ-୨୦୧୭କୁ ସଂଶୋଧନ କରାଯିବ। ଏହି ସଂଶୋଧନ ଫଳରେ ପଞ୍ଚାୟତିରାଜ କ୍ୟାଡରର ସହକାରୀ ଯନ୍ତ୍ରୀମାନଙ୍କୁସହକାରୀ ନିର୍ବାହୀ ଯନ୍ତ୍ରୀ ଗ୍ରେଡ୍‌କୁ ପଦୋନ୍ନତି ମିଳିପାରିବ। ଏହି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ସେହିପରି ବରିଷ୍ଠ ସହକାରୀ ନିବନ୍ଧକ ପଦବୀ ସୃଷ୍ଟି କରାଯିବା ସହ ରାଜ୍ୟ ସମବାୟ ସେବାରେ କାର୍ଯ୍ୟରତ ଅଧିକାରୀମାନଙ୍କ ସେବା ସର୍ତ୍ତାବଳୀକୁ ସଂଗଠିତ ଓ ପଦୋନ୍ନତିକୁ ତ୍ୱରାନ୍ବିତ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଓଡ଼ିଶା ସମବାୟ ସେବା(ନିଯୁକ୍ତି ଓ ସେବା ସର୍ତ୍ତାବଳୀ) ନିୟମ ୧୯୭୪ର ସଂଶୋଧନ କରାଯାଇ ଓଡ଼ିଶା ସମବାୟ ସେବା( ନିଯୁକ୍ତି ଓ ସେବା ସର୍ତ୍ତାବଳୀ)-୨୦୨୩ କାର୍ଯ୍ୟକାରୀ ହେବ। ଏହାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।
ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ତହସିଲ ଅନ୍ତର୍ଗତ ଅଁଳା ଡୋଭା ମୌଜାର ୫ ଡିସିମିଲ ଜମି ରାଇରଙ୍ଗପୁର ଗୋଶାଳା କମିଟି ଦଖଲରେ ରହିଛି। ଏହାକୁ ମାଗଣାରେ ରାଇରଙ୍ଗପୁର ଗୋଶାଳା କମିଟି ସମ୍ପାଦକଙ୍କୁ ପ୍ରଦାନ କରାଯିବ। ସେହିପରି ନୟାଗଡ଼ର ବଲାଙ୍ଗୀବନ୍ଧ ପାର୍କ ଓ ପୁଷ୍କରିଣୀ ନିର୍ମାଣ ପାଇଁ ରାଜ୍ୟ ସରକାର ଷ୍ଟାମ୍ପ ଦେୟ ଓ ପଞ୍ଜୀକରଣ ଫି’ ଛାଡ଼ କରିବେ। ବୟନିକା ପରିଚାଳନା ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ରଙ୍କୁ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଆୟୋଗ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ଏହାକୁ କ୍ୟାବିନେଟ ଅନୁମୋଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri