ବରଗଡ଼ରେ ଜମି ମାଫିଆ ସକ୍ରିୟ: ମା’ ସମଲେଶ୍ୱରୀଙ୍କ ଭୂ-ସମ୍ପତ୍ତିକୁ କରିନେଲେ ହଡ଼ପ

ବରଗଡ଼ ଅଫିସ,୧୫।୩: ବରଗଡ଼ ଜିଲାରେ ଜମି ମାଫିଆମାନେ ସକ୍ରିୟ ହୋଇ ପଡିଛନ୍ତି। ବିଭାଗୀୟ ଅଧିକାରୀ, କର୍ମଚାରୀ ମାନଙ୍କୁ ମୋଟା ଅଙ୍କର ହାତଗୁଞ୍ଜା ଦେଇ କେତେବେଳେ ଅନୁସୂଚିତ ଜାତି, (ଏସସି) ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ଜମିକୁ ଉଚ୍ଚ ବର୍ଗର ଲୋକେ ହାତେଇ ନେଉଛନ୍ତି ତ ଆଉ କେବେ ସରକାରୀ ଜମିକୁ ରୟତ କିସମ ଦର୍ଶାଇ ବିକ୍ରି କରୁଥିବା ଅଭିଯୋଗ ହୋଇଛି। କେବଳ ସେତିକି ନୁହେଁ, ସମ୍ପୃକ୍ତ ଜମି ମାଫିଆମାନେ ସ୍ଥାନୀୟ ଗ୍ରାମଦେବୀଙ୍କ ଭୂ-ସମ୍ପତ୍ତିକୁ ମଧ୍ୟ ହଡପ କରିବାକୁ ପଛଘୁଞ୍ଚା ଦେଉ ନାହାନ୍ତି। ବରଗଡ଼ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ଜମି ’ଶ୍ରୀ ଶ୍ରୀ ଗ୍ରାମଦେବୀ ବିଜେ ଗାଁ’ ନାମରେ ରେକର୍ଡଭୁକ୍ତ ଥିବାବେଳେ କିଛି ନ୍ୟସ୍ତସ୍ବାର୍ଥ ଜମି ମାଫିଆ ବିଭାଗୀୟ ଅଧିକାରୀମାନଙ୍କୁ ହାତ ବାରିସି କରି ଜମିର କିସମ ପରିବର୍ତ୍ତନ ସହିତ ନିଜ ନାମରେ ରେକର୍ଡଭୁକ୍ତ କରି ତାକୁ ଚଢାଦରରେ ବିକ୍ରି କରିବାକୁ ଉଦ୍ୟମ କରୁଥିବା ଭଳି ଗୁରୁତର ଅଭିଯୋଗ ହୋଇଛି। ଏଭଳି ଏକ ଅଭିଯୋଗ ନେଇ ସୋମବାର ବରଗଡ଼ ତଳିପଡା ଅଞ୍ଚଳର ଅନେକ ବାସିନ୍ଦା ତଥା ମା’ ସମଲେଶ୍ବରୀଙ୍କ ଭକ୍ତମାନେ ବରଗଡ଼ ଉପଜିଲାପାଳଙ୍କୁ ଫେରାଦ ହୋଇ ଉପଜିଲାପାଳଙ୍କ ଅଦାଲତରେ ପିଟିଶନ ଦାଏର୍‌ କରିଛନ୍ତି ।ମା’ ସମଲେଶ୍ବରୀଙ୍କ ଜମିର ପୁନରୁଦ୍ଧାର ପାଇଁ ନିବେଦନ କରିଛନ୍ତି। ଏ ସମ୍ପର୍କରେ ଉପଜିଲାପାଳ ଶୁଭେନ୍ଦୁ କୁମାର ସାମଲଙ୍କୁ ପଚାରିବାରୁ ସେ ସମ୍ପର୍କିତ ପିଟିଶନ ପାଇଛନ୍ତି ଏବଂ ତାକୁ ବିଚାର କରି ବିହିତ ପଦକ୍ଷେପ ନିଆଯିବ ବୋଲି ସେ କହଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗେଲ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri