ଜମିଜମା କିଣାବିକା କରୁଥିଲେ ନିଶ୍ଚିତ ଜାଣନ୍ତୁ, ରାଜସ୍ବମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୦।୧୨: ଆଗାମୀ ଦିନରେ ଜମିଜମା କିଣାବିକା ସମ୍ପୂର୍ଣ୍ଣ କ୍ୟାସଲେସ ହେବ। ଜମିଜମା କିଣାବିକାକୁ କ୍ୟାସଲେସ କରିବାକୁ ଯୋଜନା ଚାଲିଛି। ଏ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଏହାଦ୍ୱାରା ଲାଞ୍ଚ କାରବାରକୁ ରୋକାଯାଇପାରିବ ବୋଲି ସେ କହିଛନ୍ତି।
ଭୁବନେଶ୍ୱର ଖଣ୍ଡଗିରି ସବ୍‌ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍‌ କ୍ଲର୍କ) ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ଜଣେ ଆଇନଜୀବୀଙ୍କଠୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର କନିଷ୍ଠ କିରାଣି (ଜୁନିୟର୍‌ କ୍ଲର୍କ) ଦେବଯାନୀ ଭିଜିଲାନ୍ସ ଜାଲରେ ଧରାପଡ଼ିଥିଲେ। ଭିଜିଲାନ୍ସ ଅଧିକାରୀମାନେ ସାକ୍ଷୀଙ୍କ ଉପସ୍ଥିତିରେ ଲାଞ୍ଚ ଟଙ୍କା ଜବତ କରିଥିଲେ। ଏପରିକି ଭିଜିଲାନ୍ସ ପକ୍ଷରୁ ଦେବଯାନୀଙ୍କ ଭୁବନେଶ୍ୱର ଓଲ୍‌ଡ ଟାଉନସ୍ଥିତ ବାସଭବନ ଓ ସବ୍‌ ରେଜିଷ୍ଟ୍ରାର ଅଫିସରେ ଯାଞ୍ଚ କରାଯାଇଥିଲା।

ଯାଞ୍ଚ ବେଳେ ଅଫିସରୁ ୧୫ ଲକ୍ଷ ୮ହଜାର ୫୫୦ ନଗଦ ଟଙ୍କା ଠାବ ହୋଇଥିଲା। ସବ୍‌ ରେଜିଷ୍ଟ୍ରାର୍‌ ଅଫିସରୁ ଏତେ ପରିମାଣର ଟଙ୍କା ଠାବ ହେବାକୁ ନେଇ ଚର୍ଚ୍ଚା ସୃଷ୍ଟି ହୋଇଥିବା ବେଳେ ଏନେଇ କର୍ମଚାରୀମାନଙ୍କୁ ଭିଜିଲାନ୍ସ ଅଧିକାରୀମାନେ ପଚରାଉଚରା କରିଛନ୍ତି। ଏହି ଟଙ୍କାର ଉତ୍ସ ଖୋଜିବାରେ ସହଯୋଗ କରିବାକୁ କଟକସ୍ଥିତ ନିବନ୍ଧକ ମହାନିରୀକ୍ଷକ (ଆଇଜିଆର୍‌)ଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀଙ୍କୁ ଡକାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri