Posted inଜାତୀୟ

୨୦ ବର୍ଷ ସରକାରୀ ଜମିରେ ବାସ କରୁଥିବା ଯାଯାବର ଲୋକଙ୍କ ନାମରେ ହେବ ଜମି ମାଲିକାନା…

ଚଣ୍ଡିଗଡ଼, ୧୬।୬ : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଘୋଷଣା କରିଛନ୍ତି ଯେ ୨୦ ବର୍ଷ ଧରି ସରକାରୀ ଜମିରେ ବାସ କରୁଥିବା ଯାଯାବର ସମ୍ପ୍ରଦାୟ ଲୋକଙ୍କୁ ମାଲିକାନା ଅଧିକାର ଦିଆଯିବ। ୩୧ ମାର୍ଚ୍ଚ ୨୦୦୦ ପର୍ଯ୍ୟନ୍ତ, ଯେଉଁ ଜମି ଉପରେ ୨୦ ବର୍ଷ ଧରି ବାସ କରୁଥିବା ଲୋକମାନଙ୍କ ନାମରେ ଜମିର ମାଲିକାନା ହେବ। ଏନେଇ ଉପଯୁକ୍ତ ପ୍ରମାଣ ଆଧାରରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୁଖ୍ୟନ୍ତ]ନ୍ତ୍ରୀ କହିଛନ୍ତି। ସରକାର ସେହି ଜମି ସେମାନଙ୍କୁ ଦେବେ। ତେବେ ଏନେଇ ସର୍ତ୍ତ ମଧ୍ୟ ରହିଛି। ବାସ କରୁଥିବା ଜମି ୨୦୦ ଗଜରୁ ଅଧିକ ହେବା ଉଚିତ ନୁହେଁ ଏବଂ ଏଥିପାଇଁ କିଛି ଦେୟ ନିଆଯିବ।

ଏହା ବ୍ୟତୀତ ପରିବାର ପରିଚୟ ପତ୍ର ମାଧ୍ୟମରେ ଚିହ୍ନିତ ଯାଯାବର ସମ୍ପ୍ରଦାୟର ଲୋକଙ୍କୁ ସେମାନଙ୍କର ବାର୍ଷିକ ଆୟର ହିସାବ ମଧ୍ୟ ଦେବାକୁ ପଡ଼ିବ। ସେମାନଙ୍କର ଆୟ ବାର୍ଷିକ ୧.୮୦ ଲକ୍ଷରୁ କମ ହୋଇଥିବା ଆବଶ୍ୟକ। ସେମାନଙ୍କୁ ହାଉସିଂ ବିଭାଗ ମାଧ୍ୟମରେ ମଧ୍ୟ ଘର ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ବାସଭବନ କବୀର କୁଟିରରେ ଜନତା ଦରବାରରେ ଯାଯାବର ସମ୍ପ୍ରଦାୟର ପ୍ରତିନିଧୀଙ୍କ ସମସ୍ୟା ଶୁଣିବା ପରେ ମନୋହର ଳାଲ ଏହି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହରିୟାଣା ସରକାର ଅତ୍ୟନ୍ତ ଗରିବ ପରିବାରଙ୍କର ବିକାଶ ପାଇଁ ପଦକ୍ଷେପ ଗ୍ରହଣ କରୁଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ୨.୫ ଲକ୍ଷ ପରିବାର ମୁଖ୍ୟମନ୍ତ୍ରୀ ଆନ୍ତୋଦୟ ପାରିବାର ଉତ୍ଥାନ ଯୋଜନା ର ସୁବିଧା ଲାଭ କରି ପାରିଛନ୍ତି। ସେଥିମଧ୍ୟରୁ ୪୦ ହଜାର ପରିବାରଙ୍କ ଋଣ ମଞ୍ଜୁର ହୋଇଛି। ଅନଲାଇନ ଯୋଜନାରେ ପୋର୍ଟାଲର ସମସ୍ୟା ଦୂର କରିବା ପାଇଁ ସାଧାରଣ ସେବା କେନ୍ଦ୍ରକୁ ବିଶେଷ ଧ୍ୟାନ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri