ବସ୍ତିବାସିନ୍ଦାଙ୍କ ପାଇଁ ସର୍ଭେ ଆରମ୍ଭ, ଉପକୃତ ହେବେ ଅଢ଼େଇ ଲକ୍ଷ ପରିବାର

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ସହରର ବସ୍ତି ବାସିନ୍ଦାମାନଙ୍କ ପାଇଁ ସୁଦିନ ଆସିଛି। ଯେଉଁମାନେ ଆମ ସହରକୁ ଗଢ଼ନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି, ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ଟି ମହାନଗର ନିଗମର ବସ୍ତିବାସିନ୍ଦାଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି। ସ୍ଥାନୀୟ କିଟ୍‌ କନ୍‌ଭେନ୍‌ସନ ହଲ୍‌ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ବସ୍ତି ଉନ୍ନୟନ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।

୫ଟି ମହାନଗର ନିଗମରେ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଦେବା ପାଇଁ ଡ୍ରୋନ ସର୍ଭେକ୍ଷଣ ଆରମ୍ଭ ହୋଇଛି। ଏଥିପାଇଁ ଟାଟା ଷ୍ଟିଲ ଫାଉଣ୍ଡେଶନ ବୈଷୟିକ ସହାୟତା ଯୋଗାଇ ଦେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ ଓ ଜାଗା ମିଶନ ମଧ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୩ଟି ସହରାଞ୍ଚଳର ୭୦୭ଟି ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କରିଥିଲେ ଏବଂ ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ଆଜିଠାରୁ ସମ୍ପୂର୍ଣ୍ଣ ବସ୍ତିମୁକ୍ତ ସହର ହେବାର ନୂଆ ପରିଚୟ ପାଇଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ବ୍ୟକ୍ତିଗତ ଭାବେ ତାଙ୍କ ପାଇଁ ବହୁତ ଖୁସିର ବିଷୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଜମି ଅଧିକାର ସହିତ ବସ୍ତି ଅଞ୍ଚଳକୁ ମୌଳିକ ସୁବିଧା ଯୋଗାଇ ଦିଆଯାଇ ବିଜୁ ଆଦର୍ଶ କଲୋନୀ ଗଠନ କରାଯାଉଛି। ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ଏବଂ ସାରା ରାଜ୍ୟ ବସ୍ତିମୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ଜାଗା ମିଶନ କାର୍ଯ୍ୟକ୍ରମ ସାରା ବିଶ୍ବରେ ସୁନାମ ପାଇଛି। ଭାରତ ସରକାର ମଧ୍ୟ ଏହି ନୂଆ ଚିନ୍ତାଧାରା ପାଇଁ ପୁରସ୍କାର ଦେଇଛନ୍ତି। ଏ ମିଶନର ଫୋକସ ହେଉଛି ପ୍ରଥମେ ମଣିଷ। ଜାଗା ମିଶନରେ ଆଜି ପର୍ଯ୍ୟନ୍ତ ରାଜ୍ୟର ୧୦୫ଟି ସହରର ବସ୍ତି ଅଞ୍ଚଳର ୧ ଲକ୍ଷ ୭୦ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ଅଢେଇ ଲକ୍ଷ ବସ୍ତି ପରିବାରକୁ ଭୂମି ଅଧିକାର ଦିଆଯିବ ବୋଲି ସେ ଘୋଷଣା କରିଥିଲେ। ନିଜର ଜାଗାଟିଏ ଓ ଘରଟିଏ ଥିଲେ, ଆମର ସ୍ବାଭିମାନ ବଢିଥାଏ। ଆମର ଏ ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ, ଏହା ତାଙ୍କର ଦୃଢ଼ ବିଶ୍ବାସ ବୋଲି ସେ କହିଥିଲେ।

୨୦୧୭ରୁ ଆରମ୍ଭ ହୋଇଥିବା ଜାଗା ମିଶନକୁ ଏକ ଆଧ୍ୟାତ୍ମିକ ଯାତ୍ରା ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ଯାତ୍ରା ବର୍ତ୍ତମାନ ସୁଦ୍ଧା ଆମ ପାଇଁ ଯଥେଷ୍ଟ ସଫଳତା ଓ ସନ୍ତୋଷ ଆଣିପାରିଛି। ବସ୍ତିର ବିକାଶରେ ବସ୍ତି ଉନ୍ନୟନ ସଂଘଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି ସଂଘଗୁଡ଼ିକୁ ଆମେ ସରକାରଙ୍କ ଚତୁର୍ଥ ସଂଘ ଭାବେ ମାନ୍ୟତା ଦେଇଛୁ ଏବଂ ସେମାନଙ୍କ ବିକାଶ ଓ ଶାସନତନ୍ତ୍ର ବ୍ୟବସ୍ଥାରେ ଭାଗିଦାର ହେବାର ସୁଯୋଗ ଦେଇଛୁ । ବସ୍ତି ଉନ୍ନୟନ ସଂଘଗୁଡ଼ିକ ହିଁ ବିଜୁ ଆଦର୍ଶ କଲୋନୀର ପରିଚାଳନା କରିବେ। ବସ୍ତି ସମୂହ ଭିତ୍ତିଭୂମି ବିକାଶ ପାଇଁ ପୌରସଂସ୍ଥା ବଜେଟ୍‌ରେ ୨୫ ପ୍ରତିଶତ ଏହି ସଂଘଗୁଡିକୁ ପ୍ରଦାନ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସହରଗୁଡିକ ଯେପରି ବସ୍ତିମୁକ୍ତ ହୋଇ ରହିବ, ବସ୍ତି ସୃଷ୍ଟି ହେବାର କାରଣ ଅନୁସନ୍ଧାନ କରି ତା’ର ନିରାକରଣ ପାଇଁ ରାଜ୍ୟ ସରକାର ପାଇଲଟ ପ୍ରୋଗ୍ରାମ ଆରମ୍ଭ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ଯୋଗ ଦେଇ ରାଜ୍ୟର ସହରଗୁଡ଼ିକର ବିଶେଷକରି ବସ୍ତି ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ। ସାରା ଦେଶରେ ଏଭଳି ପଦକ୍ଷେପ ଅନନ୍ୟ ବୋଲି ସେ କରିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ସଂଗ୍ରାମ୍‌ଜିତ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମର ବିଭିନ୍ନ ସହରାଞ୍ଚଳରେ ମନ୍ତ୍ରୀ, ଏମ୍‌ପି, ବିଧାୟକ, ମେୟର ଓ ପୌର ପରିଷଦ ଅଧ୍ୟକ୍ଷମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?