୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର

ଭୁବନେଶ୍ୱର,୧ା୩(ଅନିଲ ଦାସ):ରାଜ୍ୟର ସହର ବିକାଶ ଇତିହାସରେ ଏକ ନୂଆ ମାଇଲଖୁଣ୍ଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ପାଇଁ ପିଇବା ପାଣି, ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌, ସ୍ବେରେଜ ବ୍ୟବସ୍ଥା, ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ ୪ ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତିବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି। ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହୋଇଛନ୍ତି। ଏଥିସହିତ ୨୬ ସହର ବସ୍ତିମୁକ୍ତ ହୋଇଛି। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଛନ୍ତି।
ଏଥିସହିତ ଝାରସୁଗୁଡ଼ା, ବ୍ରଜରାଜନଗର ଓ ବେଲପାହାଡ଼ ସହର ସହିତ ଅନେକ ସହରରେ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଯାଇଛି। ଏହା ଦ୍ୱାରା ୨.୬୫ ଲକ୍ଷ ବାସିନ୍ଦା ଉପକୃତ ହେବେ। ଏଥିସହିତ ଉନ୍ନତି ଓ ମୁକ୍ତା ଯୋଜନାରେ ବିଭିନ୍ନ ସହରରେ ୩୬୯୯ ନୂଆ ପେଭେଡ୍‌ ରୋଡ୍‌ ଏବଂ ୬୯୬୧ ସିଭିକ ଆମେନିଟିଜ୍‌ ପ୍ରୋଜେକ୍ଟ ଉତ୍ସର୍ଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୨୪ଟି ସହରରେ ୧୧୬୪ କୋଟି ଟଙ୍କା ମୂଲ୍ୟର ୨୭ଟି ଜଳଯୋଗାଣ ପ୍ରକଳ୍ପ ପାଇଁ ଭିତ୍ତି ରଖିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ୫-ଟି ଉପକ୍ରମରେ ହେଉଥିବା ଏହିସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ଏହିସବୁ ପ୍ରକଳ୍ପ ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ। ଆମ ରାଜ୍ୟର ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ଓ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମ ସାରା ଦେଶ ପାଇଁ ଏକ ମଡେଲ ହୋଇଛି। ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ୨୪ ଘଣ୍ଟିଆ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ସୁବିଧା ପାଇଛନ୍ତି। ଏଥିସହିତ ରାଜ୍ୟର ୮ଟି ସହରରେ ଏହି ସୁବିଧା ଉପଲବ୍ଧ ହୋଇଛି। ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ବାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗାନ୍ଧିଜୀଙ୍କ ଭାଷାରେ ପରିମଳ ବ୍ୟବସ୍ଥା ସ୍ବାଧୀନତାଠାରୁ ମଧ୍ୟ ଅଧିକ ଜରୁରୀ। କଟକ ଓ ଭୁବନେଶ୍ୱର ପାଇଁ ଓଡ଼ିଶା ସମନ୍ବିତ ପରିମଳ ବିକାଶ ପ୍ରକଳ୍ପ ଉତ୍ସର୍ଗ କରି ମୁଁ ବହୁତ ଖୁସି। ଏଥିପାଇଁ ଜାଇକା ସହାୟତାରେ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ଦ୍ୱାରା ଭୁବନେଶ୍ୱର ଓ କଟକ ସହରରେ ହୋଇଥିବା ଭୂତଳ ସ୍ବେରେଜ ବ୍ୟବସ୍ଥା ସହରର ପରିଚୟକୁ ଆହୁରି ଉଜ୍ଜ୍ୱଳ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଯୋଗଦେଇ କହିଛନ୍ତି, ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯାଇଛି। ୧୬୩୬ଟି ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ୪ଟି ମହାନଗର ନିଗମର ୨୧,୪୨୭ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥିଭାଥନନ୍‌ ସ୍ବାଗତ ଭାଷଣ ଦେଇଥିବା ବେଳେ ପୌର ପ୍ରଶାସନ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?