ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଜମି ବ୍ୟବସାୟୀଙ୍କୁ ଗୁଳିମାଡ଼, ୨ ରାଉଣ୍ଡ ଗୁଳି ଚଳାଇ… 

କୁଆଁରମୁଣ୍ଡା,୨୩।୭(ମହେନ୍ଦ୍ର କୁମାର ସାହୁ)- ବୀରମିତ୍ରପୁର ତହସିଲ ଅଫିସ ନିକଟରେ ଫୁଟିଲା ଗୁଳି। ବୁଧବାର ଏକ ବାଇକରେ ୨ଜଣ ଯୁବକ ଆସି ଜମି ବ୍ୟବସାୟୀ ଉତ୍ତମ କୁମାର ଘୋଷଙ୍କୁ ଗୁଳି ମାରିଥିଲେ। ପରେ ସେମାନେ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।
ସୂଚନାନୁଯାୟୀ, ଅଭିଯୁକ୍ତଦ୍ୱୟ ଉତ୍ତମଙ୍କ ଉପରକୁ ୨ ରାଉଣ୍ଡ ଗୁଳି ଚଳାଇଥିଲେ। ସେଥିରୁ ଗୋଟିଏ ତାଙ୍କ କାର୍‌ରେ ବାଜି ଥିଲା। ତେବେ ସେ କାର ଭିତରେ ଥିବାରୁ ସାମାନ୍ୟ ଆହତ ହୋଇ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ବୀରମିତ୍ରପୁର ଆଇଆଇସି ରାମପ୍ରସାଦ ନାଗ ଓ ଏସ୍‌ଡିପିଓ ସୁଶାନ୍ତ ଦାସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଜାରି ରଖିଛନ୍ତି। ଏହି ଘଟଣା ପରେ ତହସିଲ କାର୍ଯ୍ୟାଳୟର କର୍ମଚାରୀ ଓ ସହରବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ରିପୋର୍ଟ ଲେଖାଯିବା କେହି ଦୁର୍ବୃତ୍ତ ଧରା ପଡ଼ିନାହାନ୍ତି। କାହିଁକି ଓ କେଉଁ କାରଣରୁ ଦିନ ଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି  ହୋଇଥିବାବେଳେ ଜମି ବ୍ୟବସାୟ ଏହାର କାରଣ ବୋଲି ମଧ୍ୟ ଆଲୋଚନା ହେଉଛି।

Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri