ଚକାପାଦର ଅବହେଳିତ ଗାଁ ଲାଣ୍ଡାପାଜୁ: ମୌଳିକ ସୁବିଧା ପାଉନାହାନ୍ତି ଲୋକେ, ବିକାଶ ବହୁ ଦୂରରେ

ଫୁଲବାଣୀ ଅଫିସ, ୨୯।୯: କନ୍ଧମାଳ ଜିଲାର ଏଭଳି ଗାଁ ରହିଛି ଯେଉଁଠି ଲୋକେ ଆଜି ପର୍ଯ୍ୟନ୍ତ ସର୍ବନିମ୍ନ ମୌଳିକ ସୁବିଧା ପାଉନାହାନ୍ତି। ବିକାଶ କଥା ବହୁ ଦୂରରେ । ଏଭଳି ଚିତ୍ର ଦେଖିବାକୁ ମିଳିଛି ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ ପଞ୍ଚାୟତ ଲାଣ୍ଡାପାଜୁ ଗାଁରେ।

ଲାଣ୍ଡାପାଜୁ ଗ୍ରାମରେ ଦୁଇଟି ସାହି ଅଛି । ଗାଁରେ ପ୍ରାୟ ୬୦ ଘରର ଲୋକ ସଂଖ୍ୟା ୪୦୦ରୁ ଊର୍ଦ୍ଧ୍ୱ ହେବ । ବ୍ଲକ ମୁଖ୍ୟାଳୟ ଠାରୁ ୨/୩ କି.ମି. ଦୂରରେ ବେହେରା ଗାଁ ପଞ୍ଚାୟତ କାର୍ଯ୍ୟାଳୟ ରହିଥିଲେ ମଧ୍ୟ ୧୬ କି.ମି. ଦୂରରେ ଲାଣ୍ଡାପାଜୁ ଗ୍ରାମ । ଏ ପର୍ଯ୍ୟନ୍ତ ଗାଁକୁ ରାସ୍ତାଟିଏ ନାହିଁ । ପାହାଡ ଏବଂ ନଦୀ ଅତିକ୍ରମ କରି ଗାଁକୁ ଯିବାକୁ ପଡେ। କିଛି ଦିନ ହେବ ଗ୍ରାମକୁ ଯିବା ଲାଗି ପାହାଡ କାଟି ରାସ୍ତା ହେଉଥିଲା । ମାତ୍ର ଲଗାଣ ବର୍ଷା ଯୋଗୁ ପାହାଡ କଟା ଯାଇଥିବା ଅନେକ ସ୍ଥାନରେ ରାସ୍ତା ସମ୍ପୂର୍ଣ୍ଣ ଧୋଇଯାଇଛି । ଏହାଛଡା ଗାଁକୁ ୭ ରୁ ୮ କି.ମି. ଲମ୍ବି ରହିଥିବା ଚଲା ରାସ୍ତାରେ ମଧ୍ୟ ଅନେକ ସ୍ଥାନରେ ବଡ ବଡ ଗାତ ହୋଇଛି। ଯାହାକୁ ପାର ହୋଇ ଯିବା ସମ୍ଭବ ନୁହେଁ । ଅଧିକ ବର୍ଷା ହେଲେ ପାହାଡ଼ି ନଦୀର ସ୍ରୋତ ପ୍ରଖର ହୁଏ । ନଦୀ ପାର ହେବା ସମ୍ଭବ ହୁଏ ନାହିଁ । ପାଣି କମିବା ଯାଏ ଏହି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡ଼େ। ଗ୍ରାମବାସୀ ବହୁ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ଖାଦ୍ୟ ସାମଗ୍ରୀ ମିଳେନାହିଁ । ପିଲାମାନେ ବିଦ୍ୟାଳୟକୁ ଯାଇପାରନ୍ତି ନାହିଁ। ରାଶନ ସାମଗ୍ରୀ ଆଣିବାକୁ ହେଲେ ଗାଁରୁ ୧୮ କି.ମି. ଦୂର ଟିକାବାଲି ସହର ଉପରେ ନିର୍ଭର କରିବାକୁ ପଡେ । ପ୍ରବଳ ବର୍ଷା ହେଲେ ଯିବା ସମ୍ଭବ ହୁଏନାହିଁ । ଏହି ସମୟରେ କାହାର ଦେହ ଖରାପ ହେଲେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ। ଗର୍ଭବତୀମାନେ ମେଡିକାଲ ଯାଇପାରନ୍ତିନି। ଗ୍ରାମରେ ପ୍ରସବ ବେଳେ ଅନେକ ସମୟରେ ପ୍ରସୂତି ଏବଂ ନବଜାତକଙ୍କ ମୃତ୍ୟୁ ମଧ୍ୟ ଘଟିଥାଏା କାରଣ ଗ୍ରାମକୁ ଆମ୍ବୁଲାନ୍ସ ଯିବାକୁ ରାସ୍ତା ନାହିଁ । ଭତ୍ତା ଟଙ୍କା ପାଇଁ ହିତାଧିକାରୀଙ୍କୁ ୧୪ କିମି ଦୂର ଟିକବାଲି ଯିବାକୁ ପଡୁଛିା ଗାଁ ରେ ସ୍କୁଲ କିମ୍ବା ଅଙ୍ଗନୱାଡି କେନ୍ଦ୍ର ନାହିଁ । ନିକଟସ୍ଥ ସ୍କୁଲ କହିଲେ ୧୨ କି.ମି ଦୂରରେ ଥିବା ବେହେରା ଗାଁ ପ୍ରାଥମିକ ବିଦ୍ୟାଳୟ ଏବଂ ୧୮ କି.ମି. ଦୂରରେ ଥିବା ଟିକାବାଲି ହାଇସ୍କୁଲ ଏବଂ କଲେଜ ରହିଛି।

ପାହାଡିଆ ଖାଲଖମା ଜଙ୍ଗଲି ରାସ୍ତା ଦେଇ ଚାଲିଚାଲି ଯାଇ ଫେରିବା ଅସମ୍ଭବ। ପାଠ ପଢା ପାଇଁ ଗାଁରୁ ବହୁ ଦୂର ଦୂରାନ୍ତରେ ଥିବା ସେବାଶ୍ରମ ସ୍କୁଲ ଭରସା। ଅଳ୍ପ କେତେଜଣ ଛାତ୍ରୀଛାତ୍ର ଆଶ୍ରମରେ ରହି ପଢ଼ା ସାରିବା ପରେ ଗାଁରେ ରହିବାକୁ ବାଧ୍ୟ ହୁଅନ୍ତି। ଆଉ କେତେଜଣ ୧୮ କି.ମି. ଦୂରରେ ଥିବା ଟିକାବାଲି ସ୍କୁଲ, କଲେଜ ଯାଇ ଫେରୁଛନ୍ତି। ଲୋକେ ମହୁଲ, ଗରା ସଂଗ୍ରହ ସହ ଧାନ ଚାଷ କରି ଗୁଜୁରାଣ ମେଣ୍ଟାଉଛନ୍ତି। ଅନ୍ୟ କୌଣସି ରୋଜଗାର ପନ୍ଥା ନାହିଁ । ଗାଁ ରୁ ୨ କି.ମି. ଦୂର ବିଲ ମଝିର ଚୁଆ ପାଣି ସଂଗ୍ରହ କରି ତାହାକୁ ପାନୀୟ ଜଳ ଭାବେ ବ୍ୟବହାର କରୁଛନ୍ତି। ଖରାଦିନେ ୫ କି.ମି. ଦୂର ନଦୀରୁ ପାଣି ପଡ଼େ ବୋଲି ଗ୍ରାମର ରମା କହଁର, ସୁଶାନ୍ତ ମଲ୍ଲିକ, ଦିଗମ୍ବର କହଁର, ତପସ୍ୟା କହଁର ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri