ନିଯୁକ୍ତି ଦାବିରେ ଜମିହରାଙ୍କ ଆନ୍ଦୋଳନ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତର ମୁରୁସୁଆଁ ଗ୍ରାମରେ ୨୦୧୦ରୁ କାର୍ଯ୍ୟକ୍ଷମ ବ୍ରାଣ୍ଡ୍‌ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ପ୍ରାଇଭେଟ ଲିମିଟେଡ୍‌ କାରଖାନା ପାଇଁ ଜମି ହରାଇଥିବା ପରିବାର ପକ୍ଷରୁ ନିଯୁକ୍ତି ଦାବିରେ ଆନ୍ଦୋଳନ ଚାଲୁ ରହିଛି। ଗୁରୁବାରଠାରୁ କାରଖାନାର ମୁଖ୍ୟ ଫାଟକକୁ ଅବରୋଧ କରି ଏହି ଆନ୍ଦୋଳନ ଆରମ୍ଭ ହୋଇଛି। ଫଳରେ କାରଖାନାରେ କାମ ବ୍ୟାହତ ହୋଇଛି। କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ ପ୍ରାପ୍ୟ ମିଳି ନ ଥିବା ବେଳେ ନିଯୁକ୍ତି ମଧ୍ୟ ମିଳିନାହିଁ। ସେହିପରି କାରଖାନା ପ୍ରଦୂଷଣ ଦ୍ୱାରା ଜମିବାଡ଼ି ତଥା ଅରଡେଇ ନଦୀ କ୍ଷତିଗ୍ରସ୍ତ ହେଉଥିବା ବେଳେ ନିଜସ୍ବ ରାସ୍ତା ନ କରି ଗ୍ରାମ୍ୟ ରାସ୍ତାକୁ ବ୍ୟବହାର କରି ନଷ୍ଟ କରୁଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି।
ସୂଚନାଯୋଗ୍ୟ, କାରଖାନା ପ୍ରତିଷ୍ଠା ହେଲେ ଜମିହରାଙ୍କୁ ନିଯୁକ୍ତି ସହ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ ହେବା ଆଶା ରଖି ୨୦୦୪ରେ ମୁରୁସୁଆଁ ଗ୍ରାମବାସୀ ସହମତି ଜଣାଇ କମ୍‌ ଦାମ୍‌ରେ ଜମି ଦେଇଥିଲେ। ପ୍ରାୟ ୨୨.୪୬ ଏକର ପରିମିତ ଜମିରେ ଏହି କାରଖାନା ନିର୍ମାଣ ଆରମ୍ଭ ହୋଇଥିଲା। ଉତ୍ପାଦନକ୍ଷମ ହେଲେ ନିଯୁକ୍ତି ମିଳିବ ଏହି ଆଶାରେ ଜମିହରା ଏବଂ ସ୍ଥାନୀୟ ପ୍ରଭାବିତ ଗ୍ରାମବାସୀ କାରଖାନା କର୍ତ୍ତୃପକ୍ଷଙ୍କୁ ସମର୍ଥନ କରିଆସୁଥିଲେ। ତେବେ ୨୦୧୦ରୁ ହାତଗଣତି କିଛି ଜମିହରାଙ୍କୁ ମାସିକ ସ୍ବଳ୍ପ ବେତନରେ ନିଯୁକ୍ତି ଦେଇ କାରଖାନା ତା’ର ବ୍ୟବସାୟିକ ଉତ୍ପାଦନ ଆରମ୍ଭ କରିଥିଲା। ଅବଶିଷ୍ଟ ଜମିହରାଙ୍କୁ ନିଯୁକ୍ତି ନ ଦେଇ ବାହାର ଲୋକଙ୍କୁ ନିଯୁକ୍ତି ଦେଇଥିବା ଅଭିଯୋଗ ହୋଇଛି। ଏଣୁ ନିଯୁକ୍ତି ନ ଦେବାରୁ ଜମିହରାଙ୍କ ପକ୍ଷରୁ କାରଖାନା ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ଚେତାବନୀ ଦେଇ ବିଫଳ ହେବାରୁ ଏଭଳି ଆନ୍ଦୋଳନ ଆରମ୍ଭ କରିଥିବା ସ୍ଥାନୀୟ ଲୋକ କହିଛନ୍ତି। କମ୍ପାନୀ କ୍ଷତିଗ୍ରସ୍ତ ଲୋକଙ୍କୁ ସର୍ବନିମ୍ନ ସୁବିଧା ସୁଯୋଗ ଦେଉ ନ ଥିବାବେଳେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ବିଧାୟକ ମୋହନ ମାଝି ଉଦ୍‌ବେଗ ପ୍ରକାଶ କରିଆସୁଛନ୍ତି। ଅନ୍ୟପକ୍ଷରେ ସ୍ଥାନୀୟ ଲୋକଙ୍କ ଆଢୁଆଳରେ ରହି ଟ୍ରାନ୍ସପୋର୍ଟିଂ ଭଳି ସୁବିଧା ହାତେଇବା ପାଇଁ କେତେକ ନେତା ଏବଂ ମୁଷ୍ଟିମେୟ ପ୍ରଭାବଶାଳୀ ଲୋକ ଉଦ୍ୟମ ଚଳାଇଥିବା ବେଳେ ଏନେଇ କମ୍ପାନୀର ଆଭିମୁଖ୍ୟ କ’ଣ ହେବା ତାହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri