ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ ଦିନରୁ ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଏହି ରାସ୍ତାର ମରାମତି କାର୍ଯ୍ୟ ଶେଷ ହୋଇଥିବା ବେଳେ ଏବେ ସେଠାରେ ପିଚୁ କାମ କରାଯାଇଛି।

ସୂଚନାଯୋଗ୍ୟ ଯେ, ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାଟି ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଥିଲା। ଫଳରେ ଖାଲଖମା ରାସ୍ତାରେ ଯାତାୟାତ ପାଇଁ ଅନେକ ଅସୁବିଧା ହେଉଥିଲା। ଏହାକୁ ନେଇ ଗତ ଫେବୃଆରୀ ୧ରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ବିଭାଗୀୟ କର୍ତ୍ତୃପକ୍ଷ ଏହାକୁ ଗମ୍ଭୀରତାର ସହ ଗ୍ରହଣ କରିଥିଲେ। ତୁରନ୍ତ ଉକ୍ତ ରାସ୍ତାର ମରାମତି ପାଇଁ ପଦକ୍ଷେପ ନିଆଯାଇଥିଲା। ବର୍ତ୍ତମାନ ରାସ୍ତାରେ ପିଚୁ ପଡ଼ି ମରାମତି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବାରୁ ଯାତାୟାତ ବେଶ ସୁଗମ ହୋଇଛି।

Dharitri – Odisha’s No.1 Odia Daily

Share