ସରକାରୀ ବିଦ୍ୟାଳୟରେ ତାଲା ପକାଇଲେ ଜମି ମାଲିକ: ବର୍ଷାରେ ଭିଜିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୨୭।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କିସୁବାଡି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦେଖାଯାଇଛି ଜମି ବିବାଦ। ଜଣେ ବ୍ୟକ୍ତିଗତ ଲୋକଙ୍କ ଜମିରେ ସରକାରୀ ବିଦ୍ୟାଳୟ ନିର୍ମାଣ କରାଯାଇ ପିଲାଙ୍କୁ ଶିକ୍ଷାଦାନ କରାଯାଉଥିଲା ଶନିବାର ଜମି ମାଲିକ ଉକ୍ତ ବିଦ୍ୟାଳୟକୁ ତାଲା ପକାଇଦେଇଛନ୍ତି।
ପ୍ରକାଶ ଯେ, ଉକ୍ତ ଗ୍ରାମର ସାନମାଳୀ ପ୍ରଧାନ ଗତ ୨୦୧୮ ମସିହାରେ ଜମି ଡିମାରକେସନ କରାଇବାବେଳେ ତାଙ୍କ ଜମିରେ ସରକାରୀ ବିଦ୍ୟାଳୟ ଖୋଲାଯାଇଥିବା ଜାଣିଥିଲେ। ସେ ଏନେଇ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ତେବେ କୋଭିଡ ଯୋଗୁ ଜମି ମାଲିକ ନୀରବ ରହିଥିଲେ। ପୁଣି ୨୦୨୨ଠାରୁ ସେ ତାଙ୍କ ଜମି ପାଇବା ପାଇଁ ଜିଲା ପ୍ରଶାସନର ଦ୍ୱାରସ୍ଥା ହୋଇଥିଲେ ଓ ଗତବର୍ଷ ଅକ୍ଟୋବରରେ ସେ ତାଙ୍କ ଜମି ପାଇବା ପାଇଁ ସ୍ବତନ୍ତ୍ର କୋର୍ଟରୁ ନିର୍ଦ୍ଦେଶ ପାଇଥିଲେ ମଧ୍ୟ ଶିକ୍ଷା ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ପାଇ ନ ଥିଲେ। ଫଳରେ ଜମି ମାଲିକ ଶନିବାର ସକାଳ ୬ଟାରେ ପହଞ୍ଚିଥିଲେ। ବିଦ୍ୟାଳୟରୁ ଛାତ୍ରୀଛାତ୍ରଙ୍କୁ ବାହାରକୁ ବାହାର କରିବାକୁ କହିଥିଲେ। କୋର୍ଟର ନିର୍ଦ୍ଦେଶ ଦେଖି ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଶିକ୍ଷକ ବିଦ୍ୟାଳୟ ଛାଡି ବାହାରକୁ ବାହାରିଥିଲେ ଓ ଜମି ମାଲିକ ଏହାକୁ ତାଲା ପକାଇଥିଲେ। ଖବର ଲେଖିବା ସୁଦ୍ଧା କୌଣସି ଅଧିକାରୀ କିସୁବାଡ଼ିରେ ପହଞ୍ଚି ନ ଥିବା ଜଣାପଡିଛି। ଛାତ୍ରୀଛାତ୍ରମାନଙ୍କୁ ବିଦ୍ୟାଳୟର ରୋଷେୟା ତାଙ୍କ ଘରକୁ ନେଇ ସେଠାରେ ପାଠ ପଡିବା ବ୍ୟବସ୍ଥା କରାଇଛନ୍ତି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri