କଡ଼ ଲେଉଟାଉଛି ମାଓବାଦୀ ସଂଗଠନ: କମ୍ବିଂ ଅପରେଶନ ବେଳେ ଲ୍ୟାଣ୍ଡ ମାଇନ ବିସ୍ଫୋରଣ, ସିଆର୍‌ପିଏଫ ଅଧିକାରୀ ଶହୀଦ

ବଣାଇଁ,୧୪।୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ-ଲଙ୍ଗଳକଟା ନିକଟ ସିଲିକୁଟା ସଂରକ୍ଷିତ ଜଙ୍ଗଲରେ ଶନିବାର ପ୍ରତ୍ୟୁଷରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟଣାରେ ଆହତ ସିଆର୍‌ପିଏଫ ଏଏସଆଇ ସତ୍ୟବାନ କୁମାର ସିଂ, ଗୁରୁତର ଅବସ୍ଥାରେ ରାଉରକେଲାର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ଏବେ ତାଙ୍କ ଦେହାନ୍ତ ହେବାନେଇ ସିଆର୍‌ପିଏଫ ପକ୍ଷରୁ ସ୍ପଷ୍ଟୋକ୍ତି ଦିଆ ଯାଇଛି । ଶହୀଦ ଅଧିକାରୀଙ୍କ ଘର ଉତ୍ତର ପ୍ରଦେଶ । ସେ ସିଆର୍‌ପି ଏଫ ୧୩୪ ନମ୍ବର ବାଟାଲିୟନରେ ଜଣେ ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର ଭାବେ ଝାରଖଣ୍ଡରେ ମୁତୟନ ଥିଲେ I ତାଙ୍କ ମୃତ୍ୟୁ ଖବର ଶୁଣି ଅପରେଶନ ସ୍ଥଗିତ ରଖି ନୂଆ ରଣନୀତି ପ୍ରସ୍ତୁତ କରୁଛି ପୋଲିସ l ସମସ୍ତ ଯବାନ ଏବେ ଫେରିଥିବା ସୂଚନା ରହିଛି I ଉଲ୍ଲେଖ ଯୋଗ୍ୟ ଯେ, ଅଞ୍ଚଳରେ ମାଓବାଦୀ ସୁପ୍ତ ବୋଲି ଥିବା ପ୍ରଚାରକୁ ଚ୍ୟାଲେଞ୍ଜ କରି ମାଓବାଦୀ ସଂଗଠନ ଗତ ୨୭ ତାରିଖରେ କେ ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖଣିରୁ ସ୍ପଷ୍ଟ ଦିବାଲୋକରେ ପାଞ୍ଚ ଟନ ବିଷ୍ଫୋରକ ଲୁଟି ନେଇଥିଲେ। ପରେ ଓଡ଼ିଶା ଓ ଝାଡଖଣ୍ଡ ପୋଲିସ ମିଳିତ ଅପରେଶନ କରୁଥିଲେ । ଚାରି ଟନ ପାଖାପାଖି ଉଦ୍ଧାର ମଧ୍ୟ ହେଲା କିନ୍ତୁ ପାଲଟା ଜବାବରେ ସେମାନେ ମେ ମ ୩୦ ତାରିଖ କୋବ୍ରା ବାଟାଲିୟନର ଜଣେ ଯବାନ ସୁନୀଲ କୁମାର ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ଆହତ ହୋଇଥିଲେ। ସେହିଭଳି ପରଦିନ ଅର୍ଥାତ ମେ ୩୧ ତାରିଖ ଦିନ ସରଣ୍ଡା ଜଙ୍ଗଲରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ଜଣେ ଗ୍ରାମବାସୀ ସାହୁ ବାର୍ଜୋ ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ। ଆଜି ପୁଣି ଜଣେ ଯବାନ ଶହୀଦ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri