କଡ଼ ଲେଉଟାଉଛି ମାଓବାଦୀ ସଂଗଠନ: କମ୍ବିଂ ଅପରେଶନ ବେଳେ ଲ୍ୟାଣ୍ଡ ମାଇନ ବିସ୍ଫୋରଣ, ସିଆର୍‌ପିଏଫ ଅଧିକାରୀ ଶହୀଦ

ବଣାଇଁ,୧୪।୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ-ଲଙ୍ଗଳକଟା ନିକଟ ସିଲିକୁଟା ସଂରକ୍ଷିତ ଜଙ୍ଗଲରେ ଶନିବାର ପ୍ରତ୍ୟୁଷରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟଣାରେ ଆହତ ସିଆର୍‌ପିଏଫ ଏଏସଆଇ ସତ୍ୟବାନ କୁମାର ସିଂ, ଗୁରୁତର ଅବସ୍ଥାରେ ରାଉରକେଲାର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ଏବେ ତାଙ୍କ ଦେହାନ୍ତ ହେବାନେଇ ସିଆର୍‌ପିଏଫ ପକ୍ଷରୁ ସ୍ପଷ୍ଟୋକ୍ତି ଦିଆ ଯାଇଛି । ଶହୀଦ ଅଧିକାରୀଙ୍କ ଘର ଉତ୍ତର ପ୍ରଦେଶ । ସେ ସିଆର୍‌ପି ଏଫ ୧୩୪ ନମ୍ବର ବାଟାଲିୟନରେ ଜଣେ ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର ଭାବେ ଝାରଖଣ୍ଡରେ ମୁତୟନ ଥିଲେ I ତାଙ୍କ ମୃତ୍ୟୁ ଖବର ଶୁଣି ଅପରେଶନ ସ୍ଥଗିତ ରଖି ନୂଆ ରଣନୀତି ପ୍ରସ୍ତୁତ କରୁଛି ପୋଲିସ l ସମସ୍ତ ଯବାନ ଏବେ ଫେରିଥିବା ସୂଚନା ରହିଛି I ଉଲ୍ଲେଖ ଯୋଗ୍ୟ ଯେ, ଅଞ୍ଚଳରେ ମାଓବାଦୀ ସୁପ୍ତ ବୋଲି ଥିବା ପ୍ରଚାରକୁ ଚ୍ୟାଲେଞ୍ଜ କରି ମାଓବାଦୀ ସଂଗଠନ ଗତ ୨୭ ତାରିଖରେ କେ ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖଣିରୁ ସ୍ପଷ୍ଟ ଦିବାଲୋକରେ ପାଞ୍ଚ ଟନ ବିଷ୍ଫୋରକ ଲୁଟି ନେଇଥିଲେ। ପରେ ଓଡ଼ିଶା ଓ ଝାଡଖଣ୍ଡ ପୋଲିସ ମିଳିତ ଅପରେଶନ କରୁଥିଲେ । ଚାରି ଟନ ପାଖାପାଖି ଉଦ୍ଧାର ମଧ୍ୟ ହେଲା କିନ୍ତୁ ପାଲଟା ଜବାବରେ ସେମାନେ ମେ ମ ୩୦ ତାରିଖ କୋବ୍ରା ବାଟାଲିୟନର ଜଣେ ଯବାନ ସୁନୀଲ କୁମାର ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ଆହତ ହୋଇଥିଲେ। ସେହିଭଳି ପରଦିନ ଅର୍ଥାତ ମେ ୩୧ ତାରିଖ ଦିନ ସରଣ୍ଡା ଜଙ୍ଗଲରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ଜଣେ ଗ୍ରାମବାସୀ ସାହୁ ବାର୍ଜୋ ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ। ଆଜି ପୁଣି ଜଣେ ଯବାନ ଶହୀଦ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?