Posted inଖେଳ

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି । ରବିବାର ୟାସ୍ ମାରିନା ସର୍କିଟ୍‌ରେ ଅନୁଷ୍ଠିତ ମୋଟ ୨୦୨୫ ସିଜିନ୍ ର ଶେଷ ରେସ୍ (ଆବୁଧାବି ଗ୍ରାଣ୍ଡ ପ୍ରିକ୍ସ)ରେ ସେ ତୃତୀୟ ସ୍ଥାନରେ ରହି ମଧ୍ୟ ଡ୍ରାଇଭର୍ସ ଚାମ୍ପିଅନସିପ୍ ଟାଇଟଲ ହାସଲ କରିଛନ୍ତି ।

ଲାଣ୍ଡୋ ନରିସ୍ ପୂର୍ବରୁ ୧୨ ପଏଣ୍ଟରେ ଆଗୁଆ ଥିଲେ । ଏହି ରେସ୍‌ରେ ସେ ତୃତୀୟ ସ୍ଥାନରେ ରହି ଚାମ୍ପିଅନ୍ ହୋଇଛନ୍ତି । ନରିସ୍ ହେଉଛନ୍ତି F1 ବିଶ୍ୱ ଟାଇଟଲ୍ ଜିତିଥିବା ୩୫ତମ ଡ୍ରାଇଭର୍ ।ଏହା ହେଉଛି ୨୦୦୮ରେ ଲୁଇସ୍ ହାମିଲଟନ୍‌ଙ୍କ ପରେ ମ୍ୟାକ୍‌ଲାରେନ୍‌ ପାଇଁ ପ୍ରଥମ ଡ୍ରାଇଭର୍ସ ଚାମ୍ପିଅନସିପ୍ ଟାଇଟଲ୍ ।

ମାକ୍ସ ଭର୍ଷ୍ଟାପେନ୍ ରେସ୍‌ ଜିତିଥିଲେ ମଧ୍ୟ ଚାମ୍ପିଅନସିପ୍ ଷ୍ଟାଣ୍ଡିଂରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ନରିସ୍‌ଙ୍କ ଟିମ୍‌ମେଟ୍ ଅସ୍କାର ପିଆଷ୍ଟ୍ରି ରେସ୍‌ରେ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଚାମ୍ପିଅନସିପ୍ ଷ୍ଟାଣ୍ଡିଂରେ ତୃତୀୟ ସ୍ଥାନ ହାସଲ କରିଛନ୍ତି । ମ୍ୟାକ୍‌ଲାରେନ୍ ୨୦୦୮ ପରେ ପ୍ରଥମ ଥର ପାଇଁ ଡ୍ରାଇଭର୍ସ ଟାଇଟଲ୍ ଜିତି ଏହାର ୧୭ ବର୍ଷର ଅପେକ୍ଷା ଶେଷ କରିଛି । ଦଳ ପୂର୍ବରୁ କନ୍‌ଷ୍ଟ୍ରକ୍ଟର୍ସ ଟାଇଟଲ୍ ଜିତିସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri