Posted inଜାତୀୟ

ରାମପୁରରେ ଭୂସ୍ଖଳନ: ଚାପି ହୋଇ ୧ମୃତ, ୪ଆହତ

ଶିମ୍‌ଲା,୧୨।୮: ହିମାଚଳ ପ୍ରଦେଶର ରାମପୁରରେ ଶୁକ୍ରବାର ଭୂସ୍ଖଳନ ହୋଇଛି। ଯେଉଁଠାରେ ଭଗ୍ନାବଶେଷ ତଳେ ପାଞ୍ଚ ଜଣ ଚାପି ହୋଇ ଯାଇଥିଲେ। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ମହିଳାଙ୍କ ସମେତ ଜଣେ ଶିଶୁ ଆହତ ହୋଇଛନ୍ତି। ମୃତ ମହିଳା ଜଣକ ୩୩ ବର୍ଷୀୟା ଅନୀତା ଦେବୀ ରନପୁ ଗ୍ରାମର ବୋଲି ଜଣାପଡିଛି। ଅନ୍ୟପଟେ ଆହତ ୩ଜଣଙ୍କୁ ନିକଟସ୍ଥ ଖନେରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ଜଣେ ଆହତଙ୍କୁ ଆଇଜିଏମ୍‌ସି ଶିମଲାକୁ ସ୍ତାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ବୁଧବାର ରାତିରୁ ଲଗାତର ହେଉଥିବା ବର୍ଷା ଯୋଗୁ ଅନେକ ସ୍ଥାନରେ ଭୂସ୍ଖଳନ ହୋଇଛି। ଏହିକ୍ରମରେ ଶୁକ୍ରବାର ସକାଳ ୧୧ଟା ୩୦ରେ ରାମପୁର ସବ୍‌-ଡିଭିଜନ ଅଧୀନରେ ଥିବା ପଞ୍ଚାୟତ କିନ୍ନୁର ରନପୁ ଗ୍ରାମ ସହିତ ମସନୁ କିନ୍ନୁ ମଧ୍ୟରେ ଥିବା ରାସ୍ତାରେ ଭୂସ୍ଖଳନ ହୋଇଥିଲା। ଭଗ୍ନବଶେଷ ତଳେ ୪ଜଣ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ଉଦ୍ଧାରକାରୀ ଦଳ ରାସ୍ତା ସଫା କରିବାକୁ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri