ଭୂସ୍ଖଳନ ଯୋଗୁ ଖସିଲା ପଥର: ଗାହାକିଆଠାରୁ ଗସାପାଙ୍ଗା ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ, ପହଞ୍ଚିଲେ ବିଡିଓ

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ  ସୋନପୁର ପଞ୍ଚାୟତର ଗାହାକିଆଠାରୁ ଗସାପାଙ୍ଗା ରାସ୍ତାରେ ଭୂସ୍ଖଳନ ହୋଇଛି। ଫଳରେ ସୋନପୁରଠାରୁ ବ୍ରାହିଟପଙ୍କା ଦେଇ ଗଦାପୁର ପଞ୍ଚାୟତ ସମେତ କୋଟଗଡ଼ ବ୍ଲକ ଶ୍ରୀରାମପୁର କୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।
ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଫଳରେ ଉକ୍ତ ରାସ୍ତା କଡ଼ରେ ଥିବା ପାହାଡ଼ରୁ ମାଟି ଅତଡ଼ା ସହ ବଡ଼ ବଡ଼ ପଥର ଖସି ରାସ୍ତା ଅବରୋଧ ହେଉଛି। ଏହାକୁ ଦୃଷ୍ଟିରେ ରଖି ଆମ୍ବୁଲାନ୍ସ କିମ୍ବା ୩ ଚକିଆ ଓ ଭାରି ଯାନ ଯାତାୟାତ ବନ୍ଦ ହୋଇଛି। ଫଳରେ ରୋଗୀସେବା ବାଧାପ୍ରାପ୍ତ ହୋଇଛି। ଖବର ପାଇ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠଯନ୍ତ୍ରୀ ସଞ୍ଜୟ କୁମାର ବେହେରା ଅନ୍ୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।
ପ୍ରକାଶ ଥାଉ କି, ଉକ୍ତ ରାସ୍ତାରେ ଯାତ୍ରୀବାହୀ ବସ ଚଳାଚଳ ପୂର୍ବରୁ ମଧ୍ୟ ହେଉନାହିଁ। ଉକ୍ତ ରାସ୍ତାଟି ସମ୍ପୂର୍ଣ୍ଣ ନୂଆ ହୋଇଥିବାରୁ କେବଳ ୩ ଚକିଆ ଓ ମିନି ଟ୍ରକ ଗୁଡିକ ଯାତାୟାତ କରୁଛି। ଆବଶ୍ୟକ ଜରୁରୀ ପରିସ୍ଥିତିରେ ଆମ୍ଭୁଲାନ୍ସ ଯାତାୟାତ କରୁଛି। ତେବେ ଅଧିକ ଗାଡି ମୋଟର ଯାତାୟାତ କରୁ ନ ଥିବାରୁ କୌଣସି ଅଘଟଣ ଘଟି ନ ଥିବା ଜଣାପଡିଛି। ଶୀଘ୍ର ରାସ୍ତାରୁ ବଡ଼ ବଡ଼ ପଥରକୁ ହଟାଯିବା ସହ ମରାମତି କରାଯିବ ବୋଲି ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ୟାମସୁନ୍ଦର ସିଂ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri