Posted inଜାତୀୟ

ଭୂସ୍ଖଳନ ଯୋଗୁ ମାଟି ତଳେ ଦବିଗଲା ଯାତ୍ରୀବାହୀ ବସ୍‌-କାର୍‌, ଉଦ୍ଧାର କାର୍ଯ୍ୟରେ ସେନା…

ଚାମୋଲି,୧୧।୮: ହିମାଚଳ ପ୍ରଦେଶରେ ଭୂସ୍ଖଳନ ଯୋଗୁ ବସ ଏବଂ କାର ମାଟି ତଳେ ଦବି ଯାଇଛି। ୪୦ରୁ ଅଧିକ ଲୋକଙ୍କ ସହିତ ସ୍ଥଳଭାବରେ ଯୋଗାଯୋଗା ବିଚ୍ଛିନ୍ନ ହୋଇ ଯାଇଛି। ଉଦ୍ଧାର କାର୍ଯ୍ୟ ପାଇଁ ଭାରତୀୟ ସେନାର ସହାୟତା ଲୋଡା ଯାଇଛି।
ବୁଧବାର ଅପରାହ୍ନରେ ହିମାଚଳ ପ୍ରଦେଶର କିନ୍ନୋରଠାରେ ଭୂସ୍ଖଳନ ଘଟିଛି। ଯାତ୍ରୀବାହୀ ବସ ମାଟିତଳେ ଦବି ହୋଇ ରହିଯାଇଛି। ଆବର୍ଜନାରେ ପୋତି ହୋଇଗଲା। ଏହା ସହିତ ଦୁଇଟି କାର୍‌ ମଧ୍ୟ ମାଟି ଗଦାରେ ପୋତି ହୋଇ ଯାଇଛି। ଏହି ଘଟଣା କିନ୍ନୋର ଜିଲାର ଜାତୀୟକ ରାଜପଥର ଚୌରା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଭାରତୀୟ ସେନା ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ସହାୟତା ଲୋଡା ଯାଉଛି। ଯାତ୍ରୀବାହୀ ବସଟି କିନ୍ନୋରରୁ ଶିମଲା ଯାତ୍ରା କରୁଥିଲା। ପାହାଡ଼ରୁ କିଛି ପଥର ଖସି ପଡି ଜାତୀୟ ରାଜପଥକୁ ଅବରୋଧ କରି ଦେଇଥିବା ସ୍ଥାନୀୟ ପ୍ରଶାସନ କହିଛି। ବସ୍‌ ଡ୍ରାଇଭର ଏବଂ କଣ୍ଡକ୍ଟର ଏଥିରେ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର ଏକ ବିବୃତ୍ତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପୋଲିସ ଏବଂ ସ୍ଥାନୀୟ ଅଧିକାରୀଙ୍କୁ ଶୀଘ୍ର ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି। ଲଗାତାର ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?