Posted inଜାତୀୟ

ସେନା ଶିବିରରେ ଭୂସ୍ଖଳନ: ୩ ମୃତ, ୯ ଯବାନ ନିଖୋଜ

ଗ୍ୟାଙ୍ଗଟକ୍‌,୨।୬: ଉତ୍ତର-ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବର୍ଷା ଏବଂ ଭୂସ୍ଖଳନ ତାଣ୍ଡବ ରଚିଛି। ସିକ୍କିମର ଏକ ସେନା ଶିବିରରେ ଭୂସ୍ଖଳନ ହୋଇଛି। ଏହି ଦୁର୍ଘଟଣାରେ କିଛି ସୈନିକଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। କୁହାଯାଉଛି ଯେ, ୯ ଜଣ ସୈନିକ ମଧ୍ୟ ନିଖୋଜ ଅଛନ୍ତି। ଏବେ ସନ୍ଧାନ ଅଭିଯାନ ଚାଲିଛି।

ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଉତ୍ତର ସକ୍କିମର ଚଟାନରେ ଥିବା ସେନା ଶିବିରରେ ଭୂସ୍ଖଳନ ହୋଇଥିଲା, ଯାହା ଫଳରେ ଆଖପାଖ ଅଞ୍ଚଳରେ ନିର୍ମିତ ଘରଗୁଡ଼ିକୁ ପ୍ରବଳ କ୍ଷତି ହୋଇଥିଲା। ଏହି ଭୂସ୍ଖଳନରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଲୋକ ନିଖୋଜ ମଧ୍ୟ ଅଛନ୍ତି। ମୃତକମାନଙ୍କୁ ଚିହ୍ନଟ କରିବା ଏବଂ ନିଖୋଜ ଲୋକଙ୍କୁ ଚିହ୍ନଟ କରିବା ପାଇଁ ଅପରେଶନ କରାଯାଉଛି।

ଉତ୍ତର ସିକିମରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଏତେ ଖରାପ ହୋଇଯାଇଛି ଯେ ପ୍ରାୟ ୧୫୦୦ ପର୍ଯ୍ୟଟକ ଲୋଚନ ଏବଂ ଲାଚୁଙ୍ଗ ଅଞ୍ଚଳରେ ଫସି ରହିଛନ୍ତି। ମାଙ୍ଗାନ ଜିଲା ଏସପି ସୋନମ ଡେଚୁ ଭୂତିଆ କହିଛନ୍ତି, ଲାଚେନରେ ୧୧୫ ଏବଂ ଲାଚୁଙ୍ଗରେ ୧୩୫୦ ପର୍ଯ୍ୟଟକ ରହିଛନ୍ତି। ଭୂସ୍ଖଳନ ଯୋଗୁ ଉଭୟ ପାର୍ଶ୍ୱରୁ ରାସ୍ତା ବନ୍ଦ ହୋଇଯାଇଛି। ସମସ୍ତ ପର୍ଯ୍ୟଟକଙ୍କୁ ବର୍ତ୍ତମାନ ପାଇଁ ସେମାନଙ୍କ ହୋଟେଲରେ ରହିବାକୁ ପରାମର୍ଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri