Posted inଜାତୀୟ

ହିମାଚଳରେ ଭୂସ୍ଖଳନ: ଫସିଛନ୍ତି ୨୦୦ ପର୍ଯ୍ୟଟକ ୧୫ କିଲୋମିଟର ଯାଏ ଟ୍ରାଫିକ୍‌ ଜାମ୍‌

ନୂଆଦିଲ୍ଲୀ, ୨୬ା୬: ହିମାଚଳପ୍ରଦେଶରେ ପ୍ରବଳ ବର୍ଷା ଓ ଅନେକ ଭୂସ୍ଖଳନ ଯୋଗୁ ମଣ୍ଡି ଏବଂ କୁଲ୍ଲୁକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ଅବରୋଧ ହୋଇଛି। ଫଳରେ ଅନୂ୍ୟନ ୧୫ କିଲୋମିଟର ପର୍ଯ୍ୟନ୍ତ ଟ୍ରାଫିକ ଜାମ୍‌ ହୋଇଥିବାବେଳେ ପ୍ରାୟ ୨୦୦ ପର୍ଯ୍ୟଟକ ଫସିରହିଛନ୍ତି। ପାଖରେ କୌଣସି ହୋଟେଲ ରୁମ୍‌ ନ ଥିବାବେଳେ ପ୍ରତିକୂଳ ପାଗ ମଧ୍ୟରେ ସେମାନଙ୍କୁ କେତେ ସମୟ ରାସ୍ତାରେ ଅଟକି ରହିବାକୁ ପଡ଼ିବ ତାହା ଅନିଶ୍ଚିତତା ମଧ୍ୟରେ ରହିଛି। ଉକ୍ତ ପାର୍ବତ୍ୟାଞ୍ଚଳ ରାଜ୍ୟରେ ବର୍ଷା ଲାଗିରହିବା ସହ ଭୂସ୍ଖଳନ ଯୋଗୁ ରବିବାର ସନ୍ଧ୍ୟାରୁ ରାଜପଥ ଅବରୋଧ ହୋଇ ରହିଛି। ରାସ୍ତା ଅବରୋଧ କରିଥିବା ବଡ଼ ଶିଳାଖଣ୍ଡଗୁଡ଼ିକୁ ଭାଙ୍ଗିବା ପାଇଁ ବିସ୍ଫୋରକ ବ୍ୟବହାର କରାଯାଉଛି। ୭/୮ ଘଣ୍ଟା ପରେ ରାସ୍ତା ଅବରୋଧମୁକ୍ତ ହୋଇପାରେ ବୋଲି ଜଣେ ଅଧିକାରୀ କହିଛନ୍ତି। ପର୍ଯ୍ୟଟକମାନେ ପିଲାଛୁଆ ଓ ପରିବାର ସହ ଆସିଥିବାରୁ ସେମାନେ ହୋଟେଲ ରୁମ୍‌ ନ ପାଇ ବହୁ ଅସୁବିଧାରେ ପଡ଼ିଛନ୍ତି। ସେମାନେ ପିଲାମାନଙ୍କ ପାଇଁ ବେଶୀ ଚିନ୍ତିତ ହୋଇପଡ଼ିଛନ୍ତି। ସେଠାରୁ ବାହାରିବାକୁ ଅନ୍ୟ କୌଣସି ବିକଳ୍ପ ରାସ୍ତା ନ ଥିବା ଜଣେ ପର୍ଯ୍ୟଟକ କହିଛନ୍ତି। କେବେ ରାସ୍ତା ଖୋଲିବ ଏବଂ ପର୍ଯ୍ୟଟକମାନେ ଆଗକୁ ଯିବେ କି ପଛକୁ ଫେରିଯିବେ ତାହା ଠିକ୍‌ କରିପାରୁ ନାହାନ୍ତି।
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାରୁ ଦକ୍ଷିଣପଶ୍ଚିମ ମୌସୁମୀ ଏବେ ଦ୍ରୁତଗତିରେ ଦେଶର ବିଭିନ୍ନ ପ୍ରାନ୍ତରେ ପହଞ୍ଚତ୍ଛି। ଏହାର ପ୍ରଭାବରେ ଉତ୍ତର ଭାରତ ସମେତ ଦେଶର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗିରହିଛି। ଦେଶର ୮୦ ପ୍ରତିଶତ ଅଞ୍ଚଳରେ ମୌସୁମୀ ପହଞ୍ଚତ୍ ସାରିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri