ପପୁଆ ନ୍ୟୁଗିନିରେ ଭୂସ୍ଖଳନ, ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ

ସିଡନୀ,୨୪।୫: ପାପୁଆ ନ୍ୟୁ ଗିନିର ଏକ ସୂଦୂର ଗ୍ରାମରେ ଭୂସ୍ଖଳନ ହେତୁ ଅତି କମରେ ୧୦୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଷ୍ଟ୍ରେଲୀୟ ଗଣମାଧ୍ୟମ ଅନୁଯାୟୀ, ସ୍ଥାନୀୟ ସମୟ ସକାଳ ପ୍ରାୟ ୩ଟା ସମୟରେ ଏଙ୍ଗା ପ୍ରଦେଶର କୋକାଲାମ ଗ୍ରାମ ନିକଟରେ ଘଟିଥିବା ଭୂସ୍ଖଳନ ଯୋଗୁଁ ଅନେକ ଘର ନଷ୍ଟ ହୋଇଯାଇଥିଲା। ରିଲିଫ କର୍ମଚାରୀମାନେ ଏଠାରେ ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ କାର୍ଯ୍ୟ କରୁଛନ୍ତି। ଅନେକ ମୃତଦେହ ମଧ୍ୟ ବାହାରକୁ ନିଆଯାଇଛି।

ସେଠାରେ ରହୁଥିବା ବାସିନ୍ଦା କହିଛନ୍ତି ଯେ ମୃତ୍ୟୁ ସଂଖ୍ୟା ୧୦୦ରୁ ଅଧିକ ହୋଇପାରେ। ତେବେ ଅଧିକାରୀମାନେ ଏପର୍ଯ୍ୟନ୍ତ ଏହି ସଂଖ୍ୟା ନିଶ୍ଚିତ କରିନାହାଁନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦେଖିବାକୁ ମିଳେ ଯେ ସ୍ଥାନୀୟ ଲୋକମାନେ ସେଠାରେ ପୋତି ହୋଇଥିବା ମୃତଦେହକୁ ବାହାର କରୁଛନ୍ତି।
ଏହି ଦୁର୍ଘଟଣାରେ ପୋର୍ଜେରା ମହିଳା ବ୍ୟବସାୟ ସଂଘର ସଭାପତି ଏଲିଜାବେଥ ଲାରୁମା କହିଛନ୍ତି ଯେ ଭୂସ୍ଖଳନ ହେତୁ ଅନେକ ଘର ଭୁଶୁଡି ପଡିଛି। ଲାରୁମାଙ୍କ ଅନୁଯାୟୀ, ଭୂସ୍ଖଳନ ସ୍ଥଳରେ ଅନେକ ଗଛ ଏବଂ ଉଦ୍ଭିଦ ଅଛି ଯାହା ଭୂସ୍ଖଳନରେ ନଷ୍ଟ ହୋଇଯାଇଛି। ଯେଉଁଥିପାଇଁ ସେଠାରେ ଶୀଘ୍ର ମୃତଦେହ ଖୋଜିବା କଷ୍ଟକର ହୋଇପଡୁଛି।
ଏଥିସହ, ଭୂସ୍ଖଳନ ପୋର୍ଗେରା ସହରକୁ ପ୍ରବେଶକୁ ମଧ୍ୟ ଅବରୋଧ କରିଛି, ଯେଉଁଠାରେ ଏକ ବଡ଼ ସୁନା ଖଣି ଅବସ୍ଥିତ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?