Posted inଜାତୀୟ

ନିର୍ମାଣଧୀନ ଟନେଲରେ ଭୂସ୍ଖଳନ: ମାଟି ତଳେ ୪୦ରୁ ଅଧିକ ଶ୍ରମିକ…

ଡେରାଡୁନ,୧୨।୧୧: ଉତ୍ତରାଖଣ୍ଡର ୟମୁନେତ୍ରି ଜାତୀୟ ରାଜପଥରେ ସିଲ୍କିରା ଠାରୁ ଡାଣ୍ଡାଲଗାଓଁ ପର୍ଯ୍ୟନ୍ତ ନିର୍ମାଣାଧୀନ ଟନେଲ ଭିତରେ ଏକ ଭୂସ୍ଖଳନ ଘଟିଛି। ନାଭିୟୁଗା କମ୍ପାନୀ ଦ୍ୱାରା ଏହି ଟନେଲ ନିର୍ମାଣ କରାଯାଉଛି। କୁହାଯାଉଛି ୪୦ ରୁ ଅଧିକ ଶ୍ରମିକ ଟନେଲ ଭିତରେ ଫସି ରହିଛନ୍ତି। ଜିଲା ବିପର୍ଯ୍ୟୟ ପରିଚାଳନା ବିଭାଗ ଏହା ନିଶ୍ଚିତ କରିଛି। ଯଦିଓ ଟନେଲ ଭିତରେ କେତେ ଶ୍ରମିକ ଫସି ରହିଛନ୍ତି ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଆବର୍ଜନା ହଟାଇବା କାମ କମ୍ପାନୀ ଦ୍ୱାରା କରାଯାଉଛି। ଘଟଣାସ୍ଥଳରେ ପାଞ୍ଚଟି ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି।

ଏଡିଜି ଆଇନ ଏବଂ ଅର୍ଡର ଏପି ଅଶୁଂମାନ କହିଛନ୍ତି ଏପର୍ଯ୍ୟନ୍ତ କୌଣସି ମୃତ୍ୟୁ ଖବର ମିଳିନାହିଁ। ପୋଲିସ ଫୋର୍ସ ସହିତ ଏସଡିଆରଏଫ ଏବଂ ଅନ୍ୟ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସୂଚନା ଅନୁଯାୟୀ, ରବିବାର ଭୋର ୫ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ଏହି ଭୂସ୍ଖଳନ ଟନେଲ ପ୍ରବେଶ ପଥରୁ ସିଲ୍କିରା ଆଡକୁ ୨୦୦ମିଟର ଦୂରରେ ଘଟିଥିବାବେଳେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଗାଡି ପ୍ରବେଶ ଦ୍ୱାରରେ ୨୮୦୦ ମିଟର ତଳେ ଥିଲେ।
ଅଲୱେଜର ରୋଡ ପ୍ରୋଜେକ୍ଟ ଅଧୀନରେ ପ୍ରସ୍ତୁତ ଟନେଲର ଲମ୍ବ ୪.୫କିଲୋମିଟର। ଏଥିମଧ୍ୟରୁ ଚାରି କିଲୋମିଟର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ପୂର୍ବରୁ ଟନେଲ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ଥିଲା ସେପ୍ଟେମ୍ବର ୨୦୨୩, କିନ୍ତୁ ବର୍ତ୍ତମାନ ମାର୍ଚ୍ଚ ୨୦୨୪ ସୁଦ୍ଧା ଏହାକୁ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri