ଖସିଲା ମାଟି ଅତଡ଼ା: ୨ ମୃତ, ୨ ଗୁରୁତର

କୋରାପୁଟ,୨୮।୩(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ଥାନା ଅନ୍ତର୍ଗତ ହିକିମପୁଟ ଗ୍ରାମନିକଟସ୍ଥ ଲେଞ୍ଜିପୁଟ ନାଳରେ ମଙ୍ଗଳବାର ମାଟି ଅତଡ଼ା ଖସିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଘାଗଡ଼ାପଣ୍ଡି ଗ୍ରାମର ଶଶି ହନ୍ତାଳ ଓ ଦଇମତି ହନ୍ତାଳ ଓ ଗୁରୁତର ହେଲେ ମୁକ୍ତା କିରସାନୀ ଓ ଜ୍ୟେତି ବଡନାୟକ । ନନ୍ଦପୁର ଅଗ୍ନୀଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ସହ ଗୁରୁତରମାନଙ୍କୁ ଉଦ୍ଧାର କରି ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଛନ୍ତି।
ମିଳିଥିବା ସୂଚନାରୁ ଜଣାଯାଇଛି ଯେ, ହିକିମପୁଟ ପଞ୍ଚାୟତର ଘାଗଡାପଣ୍ଡି ଶଶି, ଦୟମତୀ, ମୁକ୍ତା ଓ ଜ୍ୟେତିି ମାଟି ସଂଗ୍ରହ ନିମନ୍ତେ ମଙ୍ଗଳବାର ମଧ୍ୟାହ୍ନରେ ହିକିମୁନୁଟ ଗ୍ରାମ ନିକଟରେ ଥିବା ଲେଞ୍ଜିପୁଟ ନାଳକୁ ଯାଇଥିଲେ। ସେଠାରୁ ମାଟି ଖୋଳୁଥିବାବେଳେ ମାଟି ଅତଡା ଖସି ଉପରୋକ୍ତ ଶଶି ଓ ଦୟମତୀଙ୍କ ମୃତ୍ୟୁ ଘଟିଥିବାବେଳେ ମୁକ୍ତା ଓ ଜ୍ୟେତି ଗୁରୁତର ହୋଇଥିବା ନନ୍ଦପୁର ଥାନା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?