ବାଦଲଫଟା ବର୍ଷା ଯୋଗୁ ଭୂସ୍ଖଳନ: କଙ୍ଗୋରେ ୧୭ ମୃତ…

କିନଶାସା,୧୮।୯ : ଉତ୍ତର-ପଶ୍ଚିମ କଙ୍ଗୋରେ ପ୍ରବଳ ବାଦଲ ପଟା ବର୍ଷା ଯୋଗୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀମାନେ କହିଛନ୍ତି ବର୍ଷା ଯୋଗୁ ଭୂସ୍ଖଳନ ହୋଇଛି।

ଅନେକ ଘର ଭୁଶୁଡି ପଡିଛି ଏବଂ କିଛି ଲୋକ ଆବର୍ଜନା ତଳେ ଦବି ରହିଥିବାର ଆଶଙ୍କା ରହିଛି। ବର୍ତ୍ତମାନ ଉଦ୍ଧାରକାରୀ ଦଳ ସର୍ଚ୍ଚ ଅପରେଶନ କରୁଛନ୍ତି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସେ କହିଛନ୍ତି।

ଅଧିକାରୀଙ୍କ ଅନୁଯାୟୀ ଏହି ଘଟଣା ମୋଙ୍ଗଲା ପ୍ରଦେଶର ଲିସଲେ ସହରର କଙ୍ଗୋ ନଦୀ କୂଳରେ ଘଟିଛି। ମୃତକମାନେ ପର୍ବତ ପାଦଦେଶରେ ନିର୍ମିତ ଘରେ ରହୁଥିଲେ। ପ୍ରବଳ ବର୍ଷା ଯୋଗୁଁ ଅନେକ କ୍ଷୟକ୍ଷତି ହୋଇଛି। ବର୍ଜ୍ୟବସ୍ତୁ ସଫା କରିବା ଏବଂ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯନ୍ତ୍ରପାତିର ଆବଶ୍ୟକତା ରହିଛି ବୋଲି ପ୍ରଦେଶର ରାଜ୍ୟପାଳ କହିଛନ୍ତି।

ରାଜ୍ୟପାଳ ପୀଡିତଙ୍କ ପରିବାରକୁ ସମବେଦନା ଜଣାଇବା ସହ ସମଗ୍ର ପ୍ରଦେଶରେ ତିନି ଦିନ ଶୋକ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?